ପୂର୍ବତନ ଉପବାଚସ୍ପତି ପ୍ରହ୍ଲାଦ ଦୋରାଙ୍କ ପରଲୋକ
ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଓଡ଼ିଶା ବିଧାନସଭାର ପୂର୍ବତନ ଉପବାଚସ୍ପତି ପ୍ରହ୍ଲାଦ ଦୋରାଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା । ସେ ବିଜେପିର ଜଣେ ବରିଷ୍ଠ ନେତା ଥିଲେ। ସ୍ୱଗତ ଦୋରା ଜଣେ ଦକ୍ଷ, ସଚ୍ଚୋଟ, ପରୋପକାରୀ ମଣିଷ ଥିଲେ। ତାଙ୍କର ବିୟୋଗରେ ସାରା ଜିଲ୍ଲାରେ ଶୋକର ଛାୟା ଖେଳି ଯାଇଛି। ତାଙ୍କର ବିୟୋଗରେ ଦଳର ଅପୂରଣୀୟ କ୍ଷତି ହୋଇଛି। ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ, ମାଲକାନଗିରି ବିଧାୟକ ଆଦିତ୍ୟ ମାଢି, ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା, ମାନସ ମାଡକାମୀ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ସୂଚନା ଯେ, ଗତ ଏକ ମାସ ତଳେ ତାଙ୍କ ପତ୍ନୀଙ୍କର ଦେହାନ୍ତ ହୋଇଥିବା ବେଳେ ଆଜି ଶ୍ରୀ ଦୋରାଙ୍କର ମୃତ୍ୟ ହୋଇଛି।
Powered by Froala Editor