ରାଜ୍ୟରେ ୫୨୪ କୋଭିଡ୍ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୫୨୪ ଆକ୍ଟିଭ୍ କେସ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୮୨ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୩୦୮ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୨୧୬ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩୭୦୫୬ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
୨୪ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୨୫୪ ଜଣ, କଟକରୁ ୬୬ ଜଣ, ମୟୂରଭଞ୍ଜରୁ ୨୧ ଜଣ, ସୁନ୍ଦରଗଡ଼ରୁ ୧୯ ଜଣ, ଜଗତସିଂହପୁରରୁ ୧୬ ଜଣ, ବାଲେଶ୍ବରରୁ ୧୪ ଜଣ,ସମ୍ବଲପୁରରୁ ୧୨ ଜଣ, ପୁରୀରୁ ୧୧ ଜଣ, ଯାଜପୁରରୁ ୧୦ ଜଣ, ଭଦ୍ରକରୁ ୮ ଜଣ,ନୟାଗଡ଼ରୁ ୫ ଜଣ, ଅନୁଗୁଳ,ଢ଼େଙ୍କାନାଳ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ ଜଣ ଲେଖାଏଁ, କୋରାପୁଟରୁ ୩ ଜଣ, ବରଗଡ଼,ବୌଦ୍ଧ ଓ ଦେବଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ, ବଲାଙ୍ଗୀର,ଗଞ୍ଜାମ, ଝାରସୁଗୁଡ଼ା, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍ରୁ ୬୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୭୦୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୮୫୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୨୩୮୪୯ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor