ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୪୪୧ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୩୦୫ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ରହିଥିବା ବେଳେ ପୁରୀ, ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୯୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୫୮୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୨୫୦୨୫ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor