ଆଜି ରାଜ୍ୟରେ ୩ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଏହା ସହିତ କରୋନା ମୃତୁ୍ୟ ସଂଖ୍ୟାରେ ମଧ୍ୟ ହ୍ରାସ ପରିଳକ୍ଷିତ ହେଉଛି । ଆଜି ରାଜ୍ୟରେ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ରିପୋର୍ଟ ଅନୁସାରେ ମୃତକଙ୍କ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର ଓ ଭଦ୍ରକରୁ ଜଣେ ଲେଖାଏଁ ରହିଛନ୍ତି ।
ଏହା ସହିତ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୮୮୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୫୫୪ଟି ଆକ୍ଟିଭ କେସ୍ ରହିଥିବା ବେଳେ ୧୦୨୫୯୧୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୫୮୫୧୩୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।
ଗତ ୨୪ଘଣ୍ଟାରେ ରାଜ୍ୟରେ ୪୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛିନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୨୪୯ ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମଣ ରହିଛି ୧୭୬ ଓ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ୭୧ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୩୮ହଜାର ୮୩୬କୁ ବୃଦ୍ଧି ପାଇଛି ।
Powered by Froala Editor