ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ଟିକାକରଣ ପାଇଁ ଆସିବ ନୂଆ ଏସଓପି

ଭୁବନେଶ୍ୱର::ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ତାର କାୟା ବିସ୍ତାର କରିଚାଲିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଏହାରି ଭିତରେ ଏକ ବଡ଼ଖବର ସାମନାକୁ ଆସିଛି । ତାହା ହେଲା ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ଟିକାକରଣ ପାଇଁ ନୂଆ ଏସଓପି ଆସିବ ବୋଲି ପରିବାର କଲ୍ୟାଣ ନିଦେ୍ର୍ଧଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି ।
ସେ କହିଛନ୍ତି ଯେ ତୃତୀୟ ପର୍ଯ୍ୟାୟ ଟିକାକରଣ ପାଇଁ ଓଡ଼ିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ । ଓଡ଼ିଶାରେ ୪୨% ୧୮ରୁ ୪୫ ବର୍ଷ ବୟସ୍କ ଲୋକ ଅଛନ୍ତି । ଟିକାକରଣ ପାଇଁ ଅଧିକ ସେସନ ସାଇଟ କରାଯିବ । ନୂଆ ଏସଓପି ଆସିବ । ଅନଲାଇନ ଓ ସ୍ପଷ୍ଟ ପଞ୍ଜିକରଣ କରାଯିବା ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେବେ । ରାଜ୍ୟରେ ଗତକାଲି ୧ ଲକ୍ଷ ୨ ହଜାର ୪୦୭ ଟିକା ଦିଆଯାଇଛି । ଆଜି ୭୫୦ଟି କେନ୍ଦ୍ରରେ ଟିକାକରଣ ଚାଲିଥିବା ପରିବାର କଲ୍ୟାଣ ନିଦେ୍ର୍ଧଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି ।
Powered by Froala Editor