ଧର୍ମାନୁଷ୍ଠାନ ପରେ ସ୍ମାର୍ଟସିଟିର ସମସ୍ତ ପାର୍କରେ କଟକଣା

ଭୁବନେଶ୍ୱର: ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ଆତଙ୍କ ଖେଳାଇ ଚାଲିଛି । ଖୋର୍ଦ୍ଧାରୁ ଆଜି ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଧର୍ମାନୁଷ୍ଠାନରେ କଟକଣା ଲାଗିବା ପରେ ବିଏମସି ଆଉ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ସ୍ମାର୍ଟସିଟିର ସମସ୍ତ ପାର୍କରେ କଟକଣା ଲାଗିଛି । ମୁକ୍ତ ବ୍ୟାୟାମ କେନ୍ଦ୍ର ଓ ପିଲାଙ୍କ ଖେଳଣା ସାମଗ୍ରୀ ବ୍ୟବହାର ଉପରେ ରୋକ ଲାଗିଛି ।
ସବୁ ପାର୍କରେ ବିଏମସି ପକ୍ଷରୁ ନୋଟିସ ଲଗାଯାଇଛି । ବିନା ମାସ୍କରେ ପାର୍କରେ ପ୍ରବେଶ ମନା । ପାର୍କରେ ଦୁଇ ଜଣ ବ୍ୟକ୍ତିଙ୍କ ମଧ୍ୟରେ ଛଅ ଫୁଟ ଦୂରତା ବାଧ୍ୟତାମୂଳକ କରାଯାଇଛି । ପାର୍କ ଭିତରେ ଗୁଟଖା ଓ ପାନ ଖାଇ ଅଥବା ଏଣେତେଣେ ଛେପ ପକାଇବା ମନା କରାଯାଇଛି । ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ୟ୍ୟନ୍ତ ଏହି କଟକଣା ବଳବତ୍ତର ରହିବ ।
Powered by Froala Editor