୧୮ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ
ଭୁବନେଶ୍ୱର: ଝଡ, ବର୍ଷା ଓ ବଜ୍ରପାତ ନେଇ ୧୮ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ, କେନ୍ଦୁଝର, ମୟୂରଭଞ୍ଜ, ଢେ଼ଙ୍କାନାଳ, କନ୍ଧମାଳ, ମାଲକାନାଗିରି, କୋରାପୁଟ, ରାୟଗଡାକୁ ୱାର୍ଣ୍ଣିଂ ଦିଆଯାଇଛି । ଘଣ୍ଟା ପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ଅଛି । ଆସନ୍ତାକାଲି ସକାଳ ୮ ଟା ୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।
Powered by Froala Editor