ଦୀପାବଳି ପରେ ଖୋଲିପାରେ ପ୍ରଥମରୁ ସପ୍ତମ ଶ୍ରେଣୀ
ଦୀପାବଳି ପରେ ସ୍କୁଲ ଖୋଲିବ ବୋଲି ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ସମୀରରଂଜନ ଦାସ ସୂଚନା ଦେଇଛନ୍ତି। ଏନେଇ ସୂଚନା ଦେଇ ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି ଯେ ଦୀପାବଳୀ ପରେ ରାଜ୍ୟରେ ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲାଯିବା ସଂପର୍କରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ବିଚାରବିମର୍ଶ କରୁଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପରାମର୍ଶ ଅନୁଯାୟୀ ପର୍ଯ୍ୟାୟକ୍ରମେ ସ୍କୁଲ ଖୋଲାଯିବାକୁ ଯୋଜନା ରହିଛି। ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ନେଇ ପର୍ଯ୍ୟାୟକ୍ରମେ ସ୍କୁଲ ଖୋଲାଯିବ।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ ପିଲାମାନଙ୍କ ପାଇଁ ଶିକ୍ଷା ସହ ସ୍ୱାସ୍ଥ୍ୟ ଗୁରୁତ୍ୱପୂର୍ଣ୍ଣ। ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ସୁରୁଖୁରୁରେ ଚାଲିଛି। ଅନ୍ୟ ଶ୍ରେଣୀଗୁଡ଼ିକ ମଧ୍ୟ ଖୁବ ଶୀଘ୍ର ଖୋଲାଯିବ। କରୋନାର ତୃତୀୟ ଲହର ଦୁର୍ବଳ ହେଉଛି ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ କହୁଥିବାରୁ ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ପାଇଁ ସ୍କୁଲ ଖୋଲାଯିବ ବୋଲି ମନ୍ତ୍ରୀ ଶ୍ରୀ ଦାଶ ପ୍ରକାଶ କରିଛନ୍ତି।
Powered by Froala Editor