ଆଜି ରାଜ୍ୟରେ ୩୧୬ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ ୨୪ଘଣ୍ଟାରେ ରାଜ୍ୟରେ ୩୧୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛିନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୮୬ ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମଣ ରହିଛି ୧୩୦ ଓ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ୫୧ ଜଣ ରହିଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୪୧ହଜାର ୭୭୩ କୁ ବୃଦ୍ଧି ପାଇଛି ।
୨୨ ଜିଲ୍ଲାରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୫୨ ଜଣ, କଟକରୁ ୩୨ ଜଣ, ମୟୂରଭଞ୍ଜରୁ ୨୮ ଜଣ, ବଲାଙ୍ଗୀରରୁ ୧୦ ଜଣ, ଯାଜପୁରରୁ ୯ ଜଣ,କେନ୍ଦ୍ରାପଡ଼ାରୁ ୮ ଜଣ, ସମ୍ବଲପୁରରୁ ୭ ଜଣ, ସୁନ୍ଦରଗଡ଼ରୁ ୬ ଜଣ, ଢ଼େଙ୍କାନାଳ, ଗଞ୍ଜାମ ଓ ଜଗତସିଂହପୁର ଜିଲ୍ଲାରୁ ୪ ଜଣ ଲେଖାଁଏ, ବାଲେଶ୍ବର ଓ ନୟାଗଡ଼ ଜିଲ୍ଲାରୁ ୩ ଜଣ ଲେଖାଁଏ, ଝାରସୁଗୁଡ଼ା ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଁଏ, ଭଦ୍ରକ, ଗଜପତି, କଳାହାଣ୍ଡି, କନ୍ଧମାଳ, ମାଲକାନଗିରି, ରାୟଗଡ଼ା ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୋଲ୍ରୁ ୩୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୧୭୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୨୩୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୨୯୧୪୭ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor