ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୩୧୬ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୩୬ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ଅନୁଗୁଳ, ବାଲେଶ୍ୱର, ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୧୭୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୨୩୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୨୯୧୪୭ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor