ଆଜି ରାଜ୍ୟରେ ୩୨୭ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୩୨୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛିନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୯୧ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମଣ ରହିଛି ୧୩୬ ଓ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ୪୪ ଜଣ ରହିଛନ୍ତି।
ସୂଚନା ଓ ଲୋକସମ୍ପର୍କ ବିଭାଗର ରିପୋର୍ଟ ଅନୁସାରେ ବାହାରିଥିବା ଆକ୍ରାନ୍ତଙ୍କ ମଧ୍ୟରେ ଭଦ୍ରକ ଜିଲ୍ଲାରୁ ୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ ଜଣ, ବୌଦ୍ଧରୁ ୧, କଟକ ଜିଲ୍ଲାରୁ ୨୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୧ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡାରୁ ୧, ଖୋର୍ଦ୍ଧାରୁ ୧୭୭, କୋରାପୁଟରୁ ୩, ମୟୁରଭଞ୍ଜରୁ ୧୩, ନୟାଗଡ଼ ଜିଲ୍ଲାରୁ ୩ଜଣ, ନୂଆପଡାରୁ ୨, ପୁରୀ ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡରୁ ୪, ଷ୍ଟେଟ ପୁଲ୍ରୁ ୪୨ ଜଣ ରହିଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୪୨ହଜାର ୧୦୦କୁ ବୃଦ୍ଧି ପାଇଛି।
Powered by Froala Editor