Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ...

  • ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

  • ତାଜ ହୋଟେଲକୁ ବୋମା ଧମକ

  • ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

  • ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ...

  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

  • ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ...

  • ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ ...

  • ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ...

  • ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ...

ରାଜ୍ୟ
Home ›› ରାଜ୍ୟ ››କୁଚିଣ୍ଡାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

କୁଚିଣ୍ଡାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

2021-11-02 09:37:28
15672
Share:
Facebook
Twitter
E-Mail
WhatsApp
Telegram
କୁଚିଣ୍ଡାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ


ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କୁଚିଣ୍ଡାରେ ସମ୍ବଲପୁର ଜିଲ୍ଲା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ୭ ଲକ୍ଷ ୭୩ ହଜାର ଲୋକ ଏହି ସୁବିଧା ପାଇବେ ।କୁଚିଣ୍ଡା ର ସରସ୍ବତୀ ଭୋଇ ଜିଲ୍ଲାର ପ୍ରଥମ ହିତାଧିକାରୀ ଭାବରେ ମୁଖ୍ୟମନ୍ତ୍ରୀ ଙ୍କ ଠାରୁ କାର୍ଡ଼ ଗ୍ରହଣ କରିଥିଲେ । ସମ୍ବଲପୁର ସହିତ ରାଜ୍ୟର ୮ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା ।    

 

ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଓଡିଶାର ବିକାଶରେ ସମ୍ବଲପୁରର ଅବଦାନ ବିଷୟରେ ଆଲୋକପାତ କରି କହିଥିଲେ ଯେ ରାଜ୍ୟର ସଂସ୍କୃତି, ରାଜନୀତି, ଶିକ୍ଷା, ଇତିହାସ, ଅର୍ଥନୀତି ସବୁକ୍ଷେତ୍ରରେ  ସମ୍ବଲପୁରର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି। ସମ୍ବଲପୁରୀ ଶାଢୀ, ସମ୍ବଲପୁରୀ ଗୀତ ଓଡିଶାର ମହାନ ସଂସ୍କୃତିର   ପରିଚୟ ।

 

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମା ସମଲେଇଙ୍କ ଆଶୀର୍ବାଦ ପାଇଁ ଲକ୍ଷ  ଲକ୍ଷ ଭକ୍ତ ମା’ଙ୍କ ପୀଠକୁ ଆସୁଛନ୍ତି।  ତେଣୁ ଏ ପୀଠର ବିକାଶ ପାଇଁ ସରକାରଙ୍କ ଉଦ୍ୟମରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ।   

 

       ମୁଖ୍ୟମନ୍ତ୍ରୀ କହିଲେ ଯେ    ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ।  ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦  ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

 

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା  -  ସମସ୍ତେ  ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ।

 

ଆମ ପାଇ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।

 

ଏହି ଅବସରରେ ସଡକ ଦୁର୍ଘଟଣାରେ ବହୁ ଲୋକଙ୍କର ମୃତ୍ୟୁ ହେଉଥିବା ସଂପର୍କରେ ଚିନ୍ତାପ୍ରକଟ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ କ୍ଷେତ୍ରରେ ତୁରନ୍ତ ଚିକିତ୍ସା ସେବା ଯୋଗାଇ ଦିଆଯାଇ ପାରିଲେ, ଅନେକ ମୂଲ୍ୟବନ ଜୀବନ ବଞ୍ଚାଇ ହେବ । ଆହତ ଲୋକଙ୍କୁ ତୁରନ୍ତ ଚିକିତ୍ସା ପାଇଁ ରାଜ୍ୟ ସରକାର ୧୪୭ କୋଟି ଟଙ୍କାର ଏକ ପାଣ୍ଠି ଗଠନ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଦୁର୍ଘଟଣା କ୍ଷେତ୍ରରେ ପ୍ରଥମ ୪୮ ଘଣ୍ଟା ମଧ୍ୟରେ ଚିକିତ୍ସା ଯୋଗାଇ ଦେବା ଅତି ଜରୁରୀ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ପାଣ୍ଠି ଜରିଆରେ ଦୁର୍ଘଟଣାର ପ୍ରଥମ ୪୮ ଘଣ୍ଟା ମଧ୍ୟରେ ସମସ୍ତ ଚିକିତ୍ସା ଖର୍ଚ୍ଚ ଏହି ପାଣ୍ଠିରୁ ବହନ କରାଯିବ। 

 

ମୁଖ୍ୟମନ୍ତ୍ରୀ ଆଜି ସମ୍ବଲପୁରରେ ୧୫୫୩ କୋଟିରୁ ଅଧିକ ଟଙ୍କାର   ପ୍ରକଳ୍ପ ଆରମ୍ଭ କରିଥିଲେ ଏବଂ ଏଥିରୁ ୩୫୦ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିଲା। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାର ଭଲ ପିଇବା ପାଣି ଉପରେ ଗୁରୁତ୍ବ ଦେଉଛନ୍ତି । ଆଜି ସମ୍ବଲପୁରରେ ପିଇବା ପାଣି ପାଇଁ ୧୦୦୦ କୋଟି ଟଙ୍କା ଯୋଗାଇ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ । ଗାଁ ଓ ସହର ସବୁ ପରିବାର ପାଖରେ ପିଇବା ପାଣି ପହଞ୍ଚିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । କୁଚିଣ୍ଡା ଓ ରେଢାଖୋଲ ଏନ୍‌.ଏ.ସି.ର ସବୁ ଘରକୁ ପାଇପ ପାଣି ଯୋଗାଇ ଦିଆଯାଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦୨୨ରେ ସମ୍ବଲପୁର ଜିଲ୍ଲାର ପ୍ରତି ଘରକୁ ପାଇପ ପାଣି ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

 

କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂହ,  ସରକାରୀ ଦଳର ଉପମୁଖ୍ୟ ସଚେତକ ଶ୍ରୀ ରୋହିତ ପୂଜାରୀ ପ୍ରମୁଖ ଯୋଗ ଦେଇ   ବିଭିନ୍ନ କ୍ଷେତ୍ରରେ  ରାଜ୍ୟର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତାର ଉଚ୍ଚପ୍ରଶଂସା କରିଥିଲେ । BSKY Smart Card ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟ ଯୋଗାଇ ଦେବା ପାଇଁ ଏକ ଐତିହାସିକ ପଦକ୍ଷେପ ବୋଲି ସେମାନେ ବର୍ଣ୍ଣନା କରିଥିଲେ ।  ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସଂପନ୍ନ ନେତୃତ୍ବ ଯୋଗୁ ଓଡିଶାରେ ଆଜି ଗରିବ ଲୋକ ନିଜକୁ ସୁରକ୍ଷିତ ମନେ କରୁଛି।  ଗରିବ ଲୋକଙ୍କୁ  ବିଭିନ୍ନ ଯୋଜନାରେ ଦିଆଯାଉଥିବା ସାମାଜିକ ଓ ଅର୍ଥିକ ସୁରକ୍ଷା   ସେମାନଙ୍କୁ ସଶକ୍ତ କରିଛି ବୋଲି ସେମାନେ ମତବ୍ୟକ୍ତ କରିଥିଲେ ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ନିର୍ଦ୍ଦେଶନାମା ଜାରି: ‘ବନ୍ଦେ ମାତରମ୍ ’ ପ୍ରଥମେ ...
    ଦେଶ-ଦେଶାନ୍ତର

    ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ନିର୍ଦ୍ଦେଶନାମା ଜାରି: ‘ବନ୍ଦେ ମାତରମ୍ ’ ପ୍ରଥମେ ...

    15394
    Jul 11, 2026
  • ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ପରଲୋକ
    ମନୋରଞ୍ଜନ

    ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ପରଲୋକ

    14059
    Jul 12, 2026
  • ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ
    ଦେଶ-ଦେଶାନ୍ତର

    ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

    14365
    Jul 12, 2026
  • ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ କରାଯିବାକୁ ନେଇ ଆପତ୍ତି
    ଦେଶ-ଦେଶାନ୍ତର

    ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ କରାଯିବାକୁ ନେଇ ଆପତ୍ତି

    13814
    Jul 11, 2026
  • ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
    ଦେଶ-ଦେଶାନ୍ତର

    ୧୮ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

    15144
    Jul 12, 2026
  • ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ

    14666
    Jul 11, 2026
  • ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ପ୍ରକାଶ
    ଦେଶ-ଦେଶାନ୍ତର

    ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ପ୍ରକାଶ

    13959
    Jul 12, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ
    ବିଶେଷ

    ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14128
    Jul 12, 2026
  • ତାଜ ହୋଟେଲକୁ ବୋମା ଧମକ
    ଦେଶ-ଦେଶାନ୍ତର

    ତାଜ ହୋଟେଲକୁ ବୋମା ଧମକ

    14968
    Jul 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ କରାଯିବାକୁ ନେଇ ଆପତ୍ତି

    13814
    Jul 11, 2026
  • ଦେଶ-ଦେଶାନ୍ତର

    ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ନିର୍ଦ୍ଦେଶନାମା ଜାରି: ‘ବନ୍ଦେ ମାତରମ୍ ’ ପ୍ରଥମେ ଓ ‘ଜନ ଗଣ ମନ’ ଗାନ ପରେ

    15394
    Jul 11, 2026
  • ଦେଶ-ଦେଶାନ୍ତର

    ଷ୍ଟ୍ରେଟ୍ ଅଫ୍ ହର୍ମୁଜ ପ୍ରଣାଳୀ ବନ୍ଦ

    14365
    Jul 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16971
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17583
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17637
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18037
    Sep 06, 2023

ବିଶେଷ

  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14128
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14627
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15539
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15644
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15461
    Jul 05, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15841
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15709
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13816
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14934
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ନିର୍ଦ୍ଦେଶନାମା ଜାରି: ‘ବନ୍ଦେ ମାତରମ୍ ’ ପ୍ରଥମେ ଓ ‘ଜନ ଗଣ ମନ’ ଗାନ ପରେ

    15394
    Jul 11, 2026
  • ପ୍ରଖ୍ୟାତ କଣ୍ଠଶିଳ୍ପୀ ଜାନକୀ ଆମ୍ମାଙ୍କ ପରଲୋକ

    14059
    Jul 12, 2026
  • ଏସ. ଜାନକୀଙ୍କ ବିୟୋଗରେ ମୋଦୀଙ୍କ ଶୋକ ପ୍ରକାଶ

    13959
    Jul 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In