ଆଜି ୧୨ ଘଣ୍ଟିଆ କୁଚିଣ୍ଡା ବନ୍ଦ

ସମ୍ବଲପୁର: ଆଜି କଂଗ୍ରେସ ଓ ବିଜେପି ପକ୍ଷରୁ ଆଜି କୁଚିଣ୍ଡା ୧୨ ଘଣ୍ଟା ବନ୍ଦ କରାଯାଇଛି । ବିଜେଡି କର୍ମୀଙ୍କ ଗୁଣ୍ଡାଗିରି ପ୍ରତିବାଦରେ ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ବନ୍ଦ ପାଳନ କରାଯାଉଛି । ଗତକାଲି ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ ପ୍ରତିବାଦ କରୁଥିବା ବିଜେପି ଓ କଂଗ୍ରେସ କର୍ମୀଙ୍କୁ ଗୋଡେଇ ଗୋଡେଇ ମାଡ ମାରିଥିଲେ ବିଜେଡି କର୍ମୀ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ ପୋଲିସ୍ ଉପସ୍ଥିତରେ ଯୁବ କଂଗ୍ରେସ ନେତା ଜୟନ୍ତ କିଷାନଙ୍କୁ ବିଜେଡି କର୍ମୀ ସଂଘବଦ୍ଧ ଆକ୍ରମଣ କରାଯାଇଥିଲା । ଏଥିରେ ସେ ଗରୁତର ଆହତ ହୋଇଥିଲେ ।
ଆଜି ଏହାକୁ ବିରୋଧ କରି କୁଚିଣ୍ଡା ୧୨ ଘଣ୍ଟା ବନ୍ଦ କରିବା ସହ ଏବେ ମନ୍ତ୍ରୀ ଟୁକୁନି ସାହୁଙ୍କୁ ଏହି ଦୁଇଟି ଦଳ ବନ୍ଦୀ କରିଥିବା ଜଣାପଡିଛି । ଟୁକୁନି ସାହୁ କୁଚିଣ୍ଡାକୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କରିବାକୁ ଯାଇଥିବା ବେଳେ ଏହି ଦୁଇଟି ଦଳ ତାଙ୍କୁ ଡାକବଙ୍ଗଳାରେ ବନ୍ଦ କରି ତାଲା ପକାଇଦେଇଛନ୍ତି । ଡାକବଙ୍ଗଳା ବାହାରେ ଏବେ ନାରାବାଜି ଚାଲୁଥିବା ବେଳେ ଘଟଣାସ୍ଥଳରେ ପୁଲିସ ଏବଂ ଏସଡିପିଓ ଉପସ୍ଥିତ ରହିଛନ୍ତି ।
ତେବେ ଆଜିର ବନ୍ଦ ଡାକରାକୁ କୁଚିଣ୍ଡା ବ୍ୟବସାୟୀ ସଂଘ ସମର୍ଥନ ଦେବ ନାହିଁ ବୋଲି କହିଛି । ସ୍ଥାନୀୟ ଧର୍ମଶାଳାରେ ବ୍ୟବସାୟୀ ସଂଘର ଏକ ବୈଠକ ହୋଇଥିଲା । ବୈଠକରେ ଆଗକୁ ଦୀପାବଳୀ ଓ ଧନତେରସ ଥିବାରୁ ବନ୍ଦ ଡାକରାକୁ ସମର୍ଥନ ନଦେବାକୁ ନିଷ୍ପତ୍ତି ନିଆଯାଇଥିବା କହିଛି କୁଚିଣ୍ଡା ବ୍ୟବସାୟୀ ସଂଘ ।
Powered by Froala Editor