ପେଟ୍ରୋଲରେ ୫ ଟଙ୍କା, ଡିଜେଲରେ ୧୦ ଟଙ୍କା କମିଲା

ପେଟ୍ରୋଲ ଓ ଡିଜେଲ ଦର ହ୍ରାସ ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ପେଟ୍ରୋଲର ଲିଟର ପିଛା ଦର ୫ ଟଙ୍କା ଓ ଡିଜେଲ ଦର ୧୦ ଟଙ୍କା ହ୍ରାସ କରିଛନ୍ତି। କେନ୍ଦ୍ର ସରକାର ତୈଳ ଦର ଉପରେ ଲାଗୁଥିବା ଉତ୍ପାଦ ଶୁଳ୍କ ହ୍ରାସ କରିଥିବାରୁ ପେଟ୍ରୋଲ ଓ ଡିଜେଲ ଦାମ ହ୍ରାସ ପାଇବାକୁ ଯାଉଛି। ଆସନ୍ତାକାଲି ଠାରୁ ଏହି ପରିବର୍ତ୍ତିତ ଦର ଲାଗୁ ହେବ।
କେନ୍ଦ୍ର ସରକାର ପେଟ୍ରୋଲ ତୁଳନାରେ ଡିଜେଲ ଉପରେ ଲାଗୁଥିବା ଉତ୍ପାଦ ଶୁଳ୍କକୁ ପ୍ରାୟ ଦୁଇ ଗୁଣ ହ୍ରାସ କରିଛନ୍ତି। ସେହିପରି କେନ୍ଦ୍ର ପକ୍ଷରୁ ରାଜ୍ୟ ସରକାର ମାନଙ୍କ ପେଟ୍ରୋଲ ଓ ଡିଜେଲ ଉପରେ ଲାଗୁ କରୁଥିବା ଭ୍ୟାଟକୁ କମ କରିବାକୁ ପରାମର୍ଶ ଦେଇଛନ୍ତି। ରାଜ୍ୟ ସରକାରମାନେ ଭ୍ୟାଟ ହ୍ରାସ କଲେ ଲୋକମାନେ ମହଙ୍ଗା ମାଡ଼ରୁ ଆଶ୍ୱସ୍ତି ପାଇବେ ବୋଲି କେନ୍ଦ୍ର ସରକାର କହିଛନ୍ତି।
Powered by Froala Editor