ଶୁଭ ଦୀପାବଳି ଶୁଭେଚ୍ଛା ଜଣାଇଲେ ନବୀନ
ନୂଆଦିଲ୍ଲୀ: ଆଜି ଆଲୋକର ପର୍ବ ଦୀପାବଳି । ଦୀପ ଓ ରଙ୍ଗୀନ ଆଲୋକମାଳାରେ ଝଲସି ଉଠିଛି ପୁରପଲ୍ଲୀ । ପ୍ରତିଟି ହିନ୍ଦୁ ପରିବାରରେ ପାଳିତ ହେଉଥିବା ଏକ ପ୍ରମୁଖ ପର୍ବ ଦୀପାବଳୀ । ଏହି ଅବସରରେ ଶୁଭ ଦୀପାବଳି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ମା' କାଳୀଙ୍କ ପୂଜା ଓ ଦୀପାବଳିର ପବିତ୍ର ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ । ସାବଧାନତା ଓ ସତର୍କତା ବଜାୟ ରଖି ଉତ୍ସବରେ ସାମିଲ ହୁଅନ୍ତୁ । ଆଲୋକର ପର୍ବ ଦୀପାବଳି ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ ବୋଲି ଟ୍ବିଟ କରି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ବିକାଶର ଆଲୋକରେ ସମସ୍ତଙ୍କ ଜୀବନକୁ ଉଦଭାସିତ କରିବା ପାଇଁ ଆସନ୍ତୁ ସକଳ୍ପବଦ୍ଧ ହୋଇ କାମ କରିବା । ଓଡିଶାର ଗୌରବକୁ ନୂତନ ଶିଖରରେ ପହଞ୍ଚାଇବା ।
Powered by Froala Editor