ଆଜି ରାଜ୍ୟରେ ୧୭୦ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ ୨୪ଘଣ୍ଟାରେ ରାଜ୍ୟରେ ୧୭୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛିନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୯୮ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମଣ ରହିଛି ୭୨ ଓ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ୨୪ ଜଣ ରହିଛନ୍ତି ।
ସୂଚନା ଓ ଲୋକସମ୍ପର୍କ ବିଭାଗର ରିପୋର୍ଟ ଅନୁସାରେ ବାହାରିଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୬୧ଜଣ, ବାଲେଶ୍ୱରରୁ ୧୧, ଭଦ୍ରକ ଜିଲ୍ଲାରୁ ୪ଜଣ, ବରଗଡରୁ ୨, ବଲାଙ୍ଗୀରରୁ ୩, କଟକ ଜିଲ୍ଲାରୁ ୧୯ଜଣ, ଦେବଗଡରୁ ୧, ଗଜପତିରୁ ୧, ଗଞ୍ଜାମରୁ ୩, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡାରୁ ୧, କେନ୍ଦ୍ରାପଡାରୁ ୧୧, କେନ୍ଦୁଝରରୁ ୨, ମୟୂରଭଞ୍ଜରୁ ୩, ପୁରୀରୁ ୧, ସମ୍ବଲପୁରରୁ ୯, ସୋନପୁରରୁ ୩, ସୁନ୍ଦରଗଡରୁ ୫ଜଣ ଓ ରାଜ୍ୟପୁଲରୁ ୧୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୪୨ହଜାର ୯୪୩ କୁ ବୃଦ୍ଧି ପାଇଛି ।
Powered by Froala Editor