ରାଜ୍ୟରେ ପୁଣି ୩୧୮ କୋଭିଡ୍ ପଜିଟିଭ୍ ଚିହ୍ନଟ
ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩୧୮ ଆକ୍ଟିଭ୍ କେସ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୫୮ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୧୮୬ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୧୩୨ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୩୪୬୯ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
୨୪ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୩୯ ଜଣ, କଟକ ୩୧ ଜଣ, ସମ୍ବଲପୁର ୨୧ ଜଣ, ବାଲେଶ୍ବରରୁ ୧୪ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ, ପୁରୀରୁ ୯ ଜଣ, ଯାଜପୁରରୁ ୮ ଜଣ, ଜଗତସିଂହପୁରରୁ ୭ ଜଣ, ଭଦ୍ରକରୁ ୬ ଜଣ, କୋରାପୁଟରୁ ୫ ଜଣ, ଅନୁଗୁଳ, ଗଞ୍ଜାମ, ମାଲକାନଗିରି ଓ ମୟୂରଭଞ୍ଜ ଜିଲ୍ଲାରୁ ୪ ଜଣ ଲେଖାଁଏ, ବଲାଙ୍ଗୀରରୁ ୩ ଜଣ, ଗଜପତି, ଝାରସୁଗୁଡ଼ା, କେନ୍ଦୁଝର ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଁଏ, ଦେବଗଡ଼, ଢ଼େଙ୍କାନାଳ, କଳାହାଣ୍ଡି ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୋଲ୍ରୁ ୩୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୩୪୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୨୦୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୧୮୫୦ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor