ରାଜ୍ୟରେ ୨୭୬ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ଵର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୭୬ ଆକ୍ଟିଭ୍ କେସ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୫୫ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୧୫୯ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୧୧୭ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୩୭୪୫ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
୧୮ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୩୮ ଜଣ, କଟକରୁ ୧୭ ଜଣ, ବାଲେଶ୍ବରରୁ ୧୫ ଜଣ, ଢ଼େଙ୍କାନାଳ ଓ ଯାଜପୁର ଜିଲ୍ଲାରୁ ୧୦ ଜଣ ଲେଖାଁଏ, ଗଜପତିରୁ ୮ ଜଣ, ସମ୍ବଲପୁରରୁ ୭ ଜଣ, କେନ୍ଦ୍ରାପଡ଼ା ଓ ପୁରୀ ଜିଲ୍ଲାରୁ ୬ ଜଣ ଲେଖାଁଏ, ଜଗତସିଂହପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୫ ଜଣ ଲେଖାଁଏ, ବଲାଙ୍ଗୀର ଓ ନୂଆପଡ଼ା ଜିଲ୍ଲାରୁ ୪ ଜଣ ଲେଖାଁଏ, ଭଦ୍ରକରୁ ୩ ଜଣ ଲେଖାଁଏ, ଢ଼େଙ୍କାନାଳ, ମୟୂରଭଞ୍ଜ ଓ ନୟାଗଡ଼ ଜିଲ୍ଲାରୁ ୨ ଜଣ ଲେଖାଁଏ, ସୋନପୁର ଜଣେ ଏବଂ ଷ୍ଟୋଟ୍ ପୋଲ୍ରୁ ୩୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୩୭୪୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୧୩୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୨୧୯୭ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor