ରାଜ୍ୟରେ ୨୯୬ କୋଭିଡ୍ ପଜିଟିଭ୍ ଚିହ୍ନଟ
ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୯୬ ଆକ୍ଟିଭ୍ କେସ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୫୮ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୧୭୪ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୧୨୨ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୪୦୪୧ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
୨୧ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୫୨ ଜଣ, କଟକ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨୩ ଜଣ ଲେଖାଁଏ, ଯାଜପୁରରୁ ୧୪ ଜଣ, ଗଜପତିରୁ ୧୦ ଜଣ, ଦେବଗଡ଼ର ୫ ଜଣ, ବାଲେଶ୍ବର, ଭଦ୍ରକ, ମାଲକାନଗିରି, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରୁ ୪ ଜଣେ ଲେଖାଁଏ, ଜଗତସିଂହପୁରରୁ ୩ ଜଣ, ବଲାଙ୍ଗୀରରୁ ୨ ଜଣ, ଢ଼େଙ୍କାନାଳ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କୋରାପୁଟ, ନବରଙ୍ଗପୁର, ନୟାଗଡ଼, ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୋଲ୍ରୁ ୩୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୪୦୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୦୫୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୨୫୬୬ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor