ଆଜି ରାଜ୍ୟରେ ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଏହା ସହିତ କରୋନା ମୃତୁ୍ୟ ସଂଖ୍ୟାରେ ମଧ୍ୟ ହ୍ରାସ ପରିଳକ୍ଷିତ ହେଉଛି । ଆଜି ରାଜ୍ୟରେ ୩ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୮ହଜାର ୩୬୪ରହିଛି ।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ଜଣେ ଓ ଅନୁଗୁଳରୁ ୨ଜଣ ରହିଛନ୍ତିି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହା ସହିତ ରାଜ୍ୟରେ କରୋନା ସୁସ୍ଥକଙ୍କ ସଂଖ୍ୟା ୧ଲକ୍ଷ ୩୨ହଜାର ୫୬୬କୁ ବୃଦ୍ଧି ପାଇଛି । ଏହାକୁ ମିଶାଇ ରାଜ୍ୟ ମୋଟ କରୋନା ସୁସ୍ଥକଙ୍କ ସଂଖ୍ୟା ୧୦ଲକ୍ଷ ୩୦ହଜାର ୪୪୨କୁ ବୃଦ୍ଧି ପାଇଛି । ଏହା ସହିତ ରାଜ୍ୟରେ ସକ୍ରିୟ ମାମଲା ୩୦୫୮ ରହିଛି ।
Powered by Froala Editor