ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ୍ ଲାଗିଛି। ଗତ ୨୪ ଘଣ୍ଟାରେ ୨୭୧ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୭୦ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୪୬୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୯୩୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୩୩୪୪ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor