ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ୍ ଲାଗିଛି। ଗତ ୨୪ ଘଣ୍ଟାରେ ୨୬୩ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୭୩ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୪୯୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୮୮୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୩୬୫୨ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor