Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 02, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରଥମ ଭାରତୀୟ ଏନ୍‌ଜିଓ ଭାବେ ‘ଏଜୁକେଟ୍‌ ...

  • ଶିକ୍ଷକମାନେ TET ପାସ୍‌ କରିବାକୁ ପଡ଼ିବ

  • ସାଂଘାଇରେ ଆତଙ୍କବାଦ ବିରୁଦ୍ଧରେ ବର୍ଷିଲେ ...

  • ଆଫଗାନିସ୍ତାନରେ ପ୍ରଚଣ୍ଡ ଭୂକମ୍ପ : ୮୦୦ ...

  • ଏକଘରିକିଆ ହେଲା ପାକିସ୍ତାନ, ଶେହବାଜ ...

  • ଏଲପିଜି ସିଲିଣ୍ଡର ଠାରୁ ଆରମ୍ଭ କରି ...

  • ଦ୍ୱିପାକ୍ଷିକ ଆଲୋଚନା ପରେ ଏହା କହିଲେ ...

  • ସରିଲା ନିର୍ବନ୍ଧ, ଖୁବ୍‌ଶୀଘ୍ର ବିବାହ ...

  • ଅଭିନେତ୍ରୀଙ୍କ ଅଣ୍ଟାରେ ହାତ ମାରିଲେ ...

  • ‘ପବିତ୍ର ରିସ୍ତା’ ଅଭିନେତ୍ରୀଙ୍କ ବିୟୋଗ, ...

ରାଜ୍ୟ
Home ›› ରାଜ୍ୟ ››ଆରମ୍ଭ ହେଲା ସ୍କୁଲ ରୂପାନ୍ତର ପର୍ବ, ୧୦୭୫ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଶେଷ

ଆରମ୍ଭ ହେଲା ସ୍କୁଲ ରୂପାନ୍ତର ପର୍ବ, ୧୦୭୫ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଶେଷ

2021-11-12 05:57:53
14553
Share:
Facebook
Twitter
E-Mail
WhatsApp
Telegram
ଆରମ୍ଭ ହେଲା ସ୍କୁଲ ରୂପାନ୍ତର ପର୍ବ, ୧୦୭୫ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଶେଷ

ଭୁବନେଶ୍ୱର : ଆରମ୍ଭ ହେଲା ସ୍କୁଲ ରୂପାନ୍ତର ପର୍ବ । ୫-ଟି School Transformation କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଶେଷ ହୋଇଛି। ସାତ ଦିନ ଧରି ଚାଲିବାକୁ ଥିବା ଏହି ପର୍ବର ପ୍ରଥମ ଦିନରେ ଆଜି ସୁନ୍ଦରଗଡ, କଟକ, ନବରଙ୍ଗପୁର, କନ୍ଧମାଳ ଓ ବାଲେଶ୍ବର ଆଦି ୫ଟି ଜିଲ୍ଲାର ୧୪୨ଟି ରୂପାନ୍ତର ସ୍କୁଲକୁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଗତକାଲି ଲୋକାର୍ପିତ କରିଛନ୍ତି। 

ପୂର୍ବରୁ ଗତ ଅଗଷ୍ଟ ରେ ହିଞିଳିର ପଚାଶଟି ରୂପାନ୍ତରିତ  ସ୍କୁଲର  ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଥିଲେ। ଏଥିରେ ସୁନ୍ଦରଗଡର ୬୭ଟି, କଟକର ୩୦ଟି, ବାଲେଶ୍ବରର ୨୩ଟି, ନବରଙ୍ଗପୁରର ୨୨ଟି ଓ କନ୍ଧମାଳର ୧୦ଟି ସ୍କୁଲ ରହିଛି ।

 

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ  ଶ୍ରୀ ପଟ୍ଟନାୟକ କହିଥିଲେ ଯେ ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ। ଜାତିର ଭବିଷ୍ୟତ । କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ (There is a saying that Children constitute one-third of our population, but all of our future.)। ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ସମୟ  ବୋଲି ମତଦେଇ ସେ କହିଥିଲେ ଯେ ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ବ।  

 

ମୁଖ୍ୟମନ୍ତ୍ରୀ କହିଲେ, “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ । ନୂଆ ନୂଆ technology ବିଷୟରେ ଜାଣନ୍ତୁ । ବଡ ବଡ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ challengeକୁ ସାମନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢନ୍ତୁ । ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ ।”

 

ଓଡିଶାର ଶିକ୍ଷା ବିକାଶ କ୍ଷେତ୍ରରେ ଆଜି ଦିନଟି ସବୁବେଳେ ସ୍ବତନ୍ତ୍ର ହୋଇରହିବ। ମୁଁ ବହୁତ ଖୁସି ଯେ 5-T transformationକାର୍ଯ୍ୟକ୍ରମର first phaseରେ ରୂପାନ୍ତର ହୋଇଥିବା 1025 ହାଇସ୍କୁଲର ଲୋକାର୍ପଣ ଉତ୍ସବ ଆଜିଠାରୁ ଆରମ୍ଭ କରାଗଲା । ୨୪ ନଭେମ୍ବର ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଜାରି ରହିବ। 

 

୫-ଟି ନୀତି ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍କୁଲ ରୂପାନ୍ତର ହେଉଛି ଆମର 5-ଟି କାର୍ଯ୍ୟକ୍ରମର ଶ୍ରେଷ୍ଠ ଉଦାହରଣ।   ୫-ଟି ହେଲା ଟେକ୍ନୋଲେଜି, ଟିମ୍ ୱାର୍କ, ଟାଇମ, ଟ୍ରାନ୍ସପାରେନ୍ସି ଓ ଟ୍ରାନ୍ସଫରମେସନ୍।   ଏହା ହିଁ ରୂପାନ୍ତରକୁ ସମ୍ଭବ କରିପାରିଛି । ଟେକ୍ନୋଲେଜି ଆମକୁ ସ୍ମାର୍ଟ କ୍ଲାସ୍‌ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର ଓ ଆଧୁନିକ ଲାବୋରେଟୋରୀର  ସୁବିଧା ଦେଇଛି । ସେହିପରି ଆମ ସମସ୍ତଙ୍କ ମିଳିତ ଉଦ୍ୟମ ହେଉଛି ଟିମ୍‌ ୱାର୍କ । 

 

       ତୃତୀୟ ନୀତି ହେଉଛି ଟାଇମ୍‌ ବା ସମୟ ।.  ନଭେମ୍ବର ୧୪ ସୁଦ୍ଧା ୧୦୭୨ଟି ସ୍କୁଲର ରୂପାନ୍ତର କାମ ସାରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି। ଆପଣମାନଙ୍କ ସମସ୍ତଙ୍କ ନିଷ୍ଠା ଓ ପରିଶ୍ରମ ଦ୍ବାରା ଏହା ଆଜି ଠିକ୍‌ ସମୟରେ ଶେଷ ହୋଇପାରିଛି ।

 

ଚତୁର୍ଥ ନୀତି  ହେଉଛି ଟ୍ରାନ୍ସପାରେନ୍ସି ବା ସ୍ବଚ୍ଛତା । ସ୍କୁଲ ମାନଙ୍କରେ ଯାହା କିଛି ପରିବର୍ତ୍ତନ ହୋଇଛି, ତାହା ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରି କରାଯାଇଛି । ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି । ଏସବୁ ଆଣିଛି ରୂପାନ୍ତର, ଯାହାକୁ ଆମେ ସମସ୍ତେ ଦେଖିପାରୁଛୁ ଓ ଅନୁଭବ ମଧ୍ୟ କରିପାରୁଛୁ ।

 

ଗାଁ ଓ ସହରର ସ୍କୁଲ ମଧ୍ୟରେ ଥିବା ପାର୍ଥକ୍ୟ ଦୂର ଉପରେ ମତଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ଏ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି । ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି । ଆଉ ଗୋଟିଏ ଗୁରୁତ୍ବପୂର୍ଣ୍ଣ କଥା ହେଲା  ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ବପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ତୁମ ମାନଙ୍କ ପାଇଁ ୧୫ ପ୍ରତିଶତ ଆସନ ସଂରକ୍ଷିତ  କରିଛନ୍ତି ।

 

      ପିଲାମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ମାତୃଭୂମି ଓ ପରିବାର ପରେ ସ୍କୁଲ ହେଉଛି ଆମର ସବୁଠାରୁ ବଡ ପରିଚୟ । ମୋର ପୁରା ବିଶ୍ବାସ, ତୁମେ ମାନେ ଭଲ ପାଠ ପଢି ଭଲ କାମ କରି, ଏ ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ।

 

ଏହି କାର୍ଯ୍ୟକ୍ରମରେ ୫ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା କହିଥିଲେ। ସୁନ୍ଦରଗଡର ଛ୍ରାତ୍ରୀ ସିରିନ୍‌ କୌସର୍‌, ନବରଙ୍ଗପୁରର ନାଗେଶ୍ବରୀ ପାଣିଗ୍ରାହୀ, ବାଲେଶ୍ବରର ଅଭିଲିପ୍‌ସା ଲେଙ୍କା, କନ୍ଧମାଳର ଇତିଶ୍ରୀ କହଁର ଓ କଟକର ଗାୟତ୍ରୀ ସାହୁ ପ୍ରମୁଖ ଛାତ୍ରଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ସ୍କଲର ପରିବେଶ ଓ ଶିକ୍ଷା ସୁବିଧାର ପରିବର୍ତ୍ତନରେ ସେମାନେ ଖୁସି । ଆଗ ଅପେକ୍ଷା ସ୍କୁଲ ବହୁତ ଭଲ ଲାଗୁଛି ବୋଲି ସେମାନେ କହିଥିଲେ । ମୁଖ୍ୟମନ୍ତ୍ରୀ ସେମାନେ ଭବିଷ୍ୟତରେ କଣ ହେବାକୁ ଚାହାନ୍ତି ବୋଲି ପଚାରିବାରୁ ସେମାନେ ଉତ୍ସାହିତ ହୋଇ ଆଇ.ଏ.ଏସ୍‌ ଅଫିସର,ଅଇ ପି ଏସ ବୈଜ୍ଞାନିକ, ଡାକ୍ତର ଇଞ୍ଜିନିୟର ହେବେ ବୋଲି  କହିଥିଲେ ।

 

କାର୍ଯ୍ୟକ୍ରମରେ ସୁନ୍ଦରଗଡରେ ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ଶ୍ରୀ ସାରଦା ପ୍ରସାଦ ନାୟକ, ନବରଂଗପୁରରେ ସାଂସଦ ଶ୍ରୀ ରମେଶ ଚନ୍ଦ୍ର ମାଝୀ, ବାଲେଶ୍ବରରେ ପର୍ଯ୍ୟଟନ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, କନ୍ଧମାଳରେ ସାଂସଦ ଶ୍ରୀ ଅଚ୍ୟୁତାନନ୍ଦ ସାମନ୍ତ ଏବଂ କଟକରେ ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ  ଓ ଜିଲ୍ଲାର ବିଧାୟକ ମାନେ  ଯୋଗ ଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରିଥିଲେ। ଶିକ୍ଷା କ୍ଷେତ୍ରରେ ଏହା ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବ ବୋଲି ପ୍ରକାଶ କରି ସେମାନେ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶିତାର ପ୍ରଶଂସା କରିଥିଲେ ।

 

କାର୍ଯ୍ୟକ୍ରମରେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସଂପର୍କରେ ଭିଡିଓ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ ।

 

ମୋ ସ୍କୁଲ କାର୍ଯ୍ୟକ୍ରମର ଅଧ୍ୟକ୍ଷା ଶ୍ରୀମତୀ ସୁସ୍ମିତା ବାଗ୍‌ଚୀ, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ସ୍ବାଗତ ଭାଷଣ ଦେଇ ଥିଲେ

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ‘ପବିତ୍ର ରିସ୍ତା’ ଅଭିନେତ୍ରୀଙ୍କ ବିୟୋଗ, କ୍ୟାନସରରେ ପୀଡ଼ିତ ଥିଲେ
    ମନୋରଞ୍ଜନ

    ‘ପବିତ୍ର ରିସ୍ତା’ ଅଭିନେତ୍ରୀଙ୍କ ବିୟୋଗ, କ୍ୟାନସରରେ ପୀଡ଼ିତ ଥିଲେ

    13690
    Aug 31, 2025
  • ସାଂଘାଇରେ ଆତଙ୍କବାଦ ବିରୁଦ୍ଧରେ ବର୍ଷିଲେ ମୋଦୀ
    ଦେଶ-ଦେଶାନ୍ତର

    ସାଂଘାଇରେ ଆତଙ୍କବାଦ ବିରୁଦ୍ଧରେ ବର୍ଷିଲେ ମୋଦୀ

    14544
    Sep 01, 2025
  • ପ୍ରଥମ ଭାରତୀୟ ଏନ୍‌ଜିଓ ଭାବେ ‘ଏଜୁକେଟ୍‌ ଗାର୍ଲସ୍‌’କୁ ମାଗାସେସ୍ ପୁରସ୍କାର
    ଦେଶ-ଦେଶାନ୍ତର

    ପ୍ରଥମ ଭାରତୀୟ ଏନ୍‌ଜିଓ ଭାବେ ‘ଏଜୁକେଟ୍‌ ଗାର୍ଲସ୍‌’କୁ ମାଗାସେସ୍ ପୁରସ୍କାର

    13364
    Sep 01, 2025
  • ଏଲପିଜି ସିଲିଣ୍ଡର ଠାରୁ ଆରମ୍ଭ କରି କ୍ରେଡିଟ୍‌ କାର୍ଡ ପର୍ଯ୍ୟନ୍ତ ସବୁ ନିୟମରେ ହେଲା ...
    ଦେଶ-ଦେଶାନ୍ତର

    ଏଲପିଜି ସିଲିଣ୍ଡର ଠାରୁ ଆରମ୍ଭ କରି କ୍ରେଡିଟ୍‌ କାର୍ଡ ପର୍ଯ୍ୟନ୍ତ ସବୁ ନିୟମରେ ହେଲା ...

    15335
    Sep 01, 2025
  • ଦ୍ୱିପାକ୍ଷିକ ଆଲୋଚନା ପରେ ଏହା କହିଲେ ପୁଟିନ୍
    ଦେଶ-ଦେଶାନ୍ତର

    ଦ୍ୱିପାକ୍ଷିକ ଆଲୋଚନା ପରେ ଏହା କହିଲେ ପୁଟିନ୍

    14981
    Sep 01, 2025
  • ଶିକ୍ଷକମାନେ TET  ପାସ୍‌ କରିବାକୁ ପଡ଼ିବ
    ଦେଶ-ଦେଶାନ୍ତର

    ଶିକ୍ଷକମାନେ TET ପାସ୍‌ କରିବାକୁ ପଡ଼ିବ

    14123
    Sep 01, 2025
  • ଅଭିନେତ୍ରୀଙ୍କ ଅଣ୍ଟାରେ ହାତ ମାରିଲେ ଅଭିନେତା, ୟୁଜର୍ସ ଦେଲେ ଏମିତି ପ୍ରତିକ୍ରିୟା
    ମନୋରଞ୍ଜନ

    ଅଭିନେତ୍ରୀଙ୍କ ଅଣ୍ଟାରେ ହାତ ମାରିଲେ ଅଭିନେତା, ୟୁଜର୍ସ ଦେଲେ ଏମିତି ପ୍ରତିକ୍ରିୟା

    15429
    Aug 31, 2025
  • ସରିଲା ନିର୍ବନ୍ଧ, ଖୁବ୍‌ଶୀଘ୍ର ବିବାହ କରିବେ ସାଇ ଧନଶିକା ଓ ବିଶାଲ
    ମନୋରଞ୍ଜନ

    ସରିଲା ନିର୍ବନ୍ଧ, ଖୁବ୍‌ଶୀଘ୍ର ବିବାହ କରିବେ ସାଇ ଧନଶିକା ଓ ବିଶାଲ

    13675
    Aug 31, 2025
  • ଆଫଗାନିସ୍ତାନରେ ପ୍ରଚଣ୍ଡ ଭୂକମ୍ପ : ୮୦୦ ଲୋକଙ୍କ ମୃତ୍ୟୁ ସୂଚନା
    ଦେଶ-ଦେଶାନ୍ତର

    ଆଫଗାନିସ୍ତାନରେ ପ୍ରଚଣ୍ଡ ଭୂକମ୍ପ : ୮୦୦ ଲୋକଙ୍କ ମୃତ୍ୟୁ ସୂଚନା

    15047
    Sep 01, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦ୍ୱିପାକ୍ଷିକ ଆଲୋଚନା ପରେ ଏହା କହିଲେ ପୁଟିନ୍

    14981
    Sep 01, 2025
  • ଦେଶ-ଦେଶାନ୍ତର

    ଶିକ୍ଷକମାନେ TET ପାସ୍‌ କରିବାକୁ ପଡ଼ିବ

    14123
    Sep 01, 2025
  • ମନୋରଞ୍ଜନ

    ସରିଲା ନିର୍ବନ୍ଧ, ଖୁବ୍‌ଶୀଘ୍ର ବିବାହ କରିବେ ସାଇ ଧନଶିକା ଓ ବିଶାଲ

    13675
    Aug 31, 2025

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16709
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16811
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17162
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15627
    Apr 03, 2021

ବିଶେଷ

  • ଏତିକି ମାତ୍ରା ଅଲମଣ୍ଡ ଖାଇବା ଶରୀର ପାଇଁ ଭଲ

    15540
    Aug 31, 2025
  • ପାର୍ଟନରଙ୍କ ସହ ଏମିତି କଲେ ହୁଏ ସମ୍ପର୍କ ନଷ୍ଟ

    14290
    Aug 30, 2025
  • ଦୈନିକ ପିଅନ୍ତୁ ଏହି ଜୁସ୍‌

    15047
    Aug 28, 2025
  • ଧରାପୃଷ୍ଠରେ ବିରାଜିଛନ୍ତି ପ୍ରଭୁ ଶ୍ରୀଗଣେଶ

    16227
    Aug 27, 2025
  • ରୋଷେଇ ଘର କୋଣରେ ତମ୍ବା ପାତ୍ରରେ ରଖନ୍ତୁ ଗଙ୍ଗାଜଳ, ସୁଧୁରିଥାଏ ଆର୍ଥିକ ପରିସ୍ଥିତି

    14385
    Aug 26, 2025

ବାଣିଜ୍ୟ

ଗ୍ରାମବାସୀଙ୍କ ଜୀବନଶୈଳୀରେ ପରିବର୍ତ୍ତନ ଆଣିଲା ଉତ୍କଳ ଆଲୁମିନା ସିଏସଆର

ରାୟଗଡା , 28 /8; ଉତ୍କଳ ଆଲୁମିନା, ହିଣ୍ଡାଲ୍କୋ ଇଣ୍ଡଷ୍ଟ୍ରିଜ ଆଦିତ୍ୟ ବିର୍ଲା ଗୃପର ସହଯୋଗୀ କମ୍ପାନୀ ପକ୍ଷରୁ ସିଏସଆର ଜରିଆରେ ଗ୍ରାମାଞ୍ଚଳରେ ବିଭିନ୍ନ ସାମାଜିକ ଓ ଅର୍ଥନୈତିକ ଭିତ୍ତିଭୂମି ବିକାଶ ମୂଳକ କାର୍ଯ୍ୟ ...

  • ହିଣ୍ଡାଲ୍କୋ ମିନାକ୍ଷୀ କୋଇଲା ଖଣି ପକ୍ଷରୁ ଛାତ୍ରଛାତ୍ରୀଙ୍କ ପାଇଁ ଦନ୍ତ ସଚେତନତା ଶିବିର ଅନୁଷ୍ଠିତ

    15201
    Aug 19, 2025
  • ଭାସମଲ ବିଦ୍ୟା ବାଲାନ୍ଙ୍କ ସହିତ ନୂଆ ହେନ୍ନା କ୍ରିମେ ହେୟାର କଲର ଟିଭିସିର ଶୁଭାରମ୍ଭ କରିଛି

    15685
    Aug 10, 2025
  • ହିମାଳୟ ବେବିକେୟାର ବିଶ୍ୱ ସ୍ତନ୍ୟପାନ ସପ୍ତାହ ନିମନ୍ତେ ଶୁଭାରମ୍ଭ କଲା #ହରକଦମହରମାକେସାଥ୍ ଅଭିଯାନ

    14783
    Aug 06, 2025
  • ଇଫ୍‌କୋ ଚେୟାରମ୍ୟାନ ଶ୍ରୀ ଦିଲୀପ ସଂଘାନିଙ୍କ ଘୋଷଣା; ଇଫ୍‌କୋର ନୂତନ ମ୍ୟାନେଜିଂ ଡାଇରେକ୍ଟର ହେଲେ ଶ୍ରୀ କେ ଜେ ପଟେଲ

    14594
    Aug 01, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରଥମ ଭାରତୀୟ ଏନ୍‌ଜିଓ ଭାବେ ‘ଏଜୁକେଟ୍‌ ଗାର୍ଲସ୍‌’କୁ ମାଗାସେସ୍ ପୁରସ୍କାର

    13364
    Sep 01, 2025
  • ଏଲପିଜି ସିଲିଣ୍ଡର ଠାରୁ ଆରମ୍ଭ କରି କ୍ରେଡିଟ୍‌ କାର୍ଡ ପର୍ଯ୍ୟନ୍ତ ସବୁ ନିୟମରେ ହେଲା ପରିବର୍ତ୍ତନ ଜାଣନ୍ତୁ..

    15335
    Sep 01, 2025
  • ସରିଲା ନିର୍ବନ୍ଧ, ଖୁବ୍‌ଶୀଘ୍ର ବିବାହ କରିବେ ସାଇ ଧନଶିକା ଓ ବିଶାଲ

    13675
    Aug 31, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In