Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, June 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପଶ୍ଚିମବଙ୍ଗରେ ବିଜେପି ସରକାରଙ୍କ ପ୍ରଥମ ...

  • ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ...

  • ​ଆଇପିଏଲ୍‌ ମୁକୁଟ ବଜାୟ ରଖିଲା ରୋୟାଲ ...

  • ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ...

  • ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ...

  • ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ...

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ...

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ...

  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

ରାଜ୍ୟ
Home ›› ରାଜ୍ୟ ››ଆରମ୍ଭ ହେଲା ସ୍କୁଲ ରୂପାନ୍ତର ପର୍ବ, ୧୦୭୫ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଶେଷ

ଆରମ୍ଭ ହେଲା ସ୍କୁଲ ରୂପାନ୍ତର ପର୍ବ, ୧୦୭୫ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଶେଷ

2021-11-12 05:57:53
14593
Share:
Facebook
Twitter
E-Mail
WhatsApp
Telegram
ଆରମ୍ଭ ହେଲା ସ୍କୁଲ ରୂପାନ୍ତର ପର୍ବ, ୧୦୭୫ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଶେଷ

ଭୁବନେଶ୍ୱର : ଆରମ୍ଭ ହେଲା ସ୍କୁଲ ରୂପାନ୍ତର ପର୍ବ । ୫-ଟି School Transformation କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଶେଷ ହୋଇଛି। ସାତ ଦିନ ଧରି ଚାଲିବାକୁ ଥିବା ଏହି ପର୍ବର ପ୍ରଥମ ଦିନରେ ଆଜି ସୁନ୍ଦରଗଡ, କଟକ, ନବରଙ୍ଗପୁର, କନ୍ଧମାଳ ଓ ବାଲେଶ୍ବର ଆଦି ୫ଟି ଜିଲ୍ଲାର ୧୪୨ଟି ରୂପାନ୍ତର ସ୍କୁଲକୁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଗତକାଲି ଲୋକାର୍ପିତ କରିଛନ୍ତି। 

ପୂର୍ବରୁ ଗତ ଅଗଷ୍ଟ ରେ ହିଞିଳିର ପଚାଶଟି ରୂପାନ୍ତରିତ  ସ୍କୁଲର  ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଥିଲେ। ଏଥିରେ ସୁନ୍ଦରଗଡର ୬୭ଟି, କଟକର ୩୦ଟି, ବାଲେଶ୍ବରର ୨୩ଟି, ନବରଙ୍ଗପୁରର ୨୨ଟି ଓ କନ୍ଧମାଳର ୧୦ଟି ସ୍କୁଲ ରହିଛି ।

 

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ  ଶ୍ରୀ ପଟ୍ଟନାୟକ କହିଥିଲେ ଯେ ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ। ଜାତିର ଭବିଷ୍ୟତ । କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ (There is a saying that Children constitute one-third of our population, but all of our future.)। ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ସମୟ  ବୋଲି ମତଦେଇ ସେ କହିଥିଲେ ଯେ ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ବ।  

 

ମୁଖ୍ୟମନ୍ତ୍ରୀ କହିଲେ, “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ । ନୂଆ ନୂଆ technology ବିଷୟରେ ଜାଣନ୍ତୁ । ବଡ ବଡ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ challengeକୁ ସାମନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢନ୍ତୁ । ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ ।”

 

ଓଡିଶାର ଶିକ୍ଷା ବିକାଶ କ୍ଷେତ୍ରରେ ଆଜି ଦିନଟି ସବୁବେଳେ ସ୍ବତନ୍ତ୍ର ହୋଇରହିବ। ମୁଁ ବହୁତ ଖୁସି ଯେ 5-T transformationକାର୍ଯ୍ୟକ୍ରମର first phaseରେ ରୂପାନ୍ତର ହୋଇଥିବା 1025 ହାଇସ୍କୁଲର ଲୋକାର୍ପଣ ଉତ୍ସବ ଆଜିଠାରୁ ଆରମ୍ଭ କରାଗଲା । ୨୪ ନଭେମ୍ବର ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଜାରି ରହିବ। 

 

୫-ଟି ନୀତି ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍କୁଲ ରୂପାନ୍ତର ହେଉଛି ଆମର 5-ଟି କାର୍ଯ୍ୟକ୍ରମର ଶ୍ରେଷ୍ଠ ଉଦାହରଣ।   ୫-ଟି ହେଲା ଟେକ୍ନୋଲେଜି, ଟିମ୍ ୱାର୍କ, ଟାଇମ, ଟ୍ରାନ୍ସପାରେନ୍ସି ଓ ଟ୍ରାନ୍ସଫରମେସନ୍।   ଏହା ହିଁ ରୂପାନ୍ତରକୁ ସମ୍ଭବ କରିପାରିଛି । ଟେକ୍ନୋଲେଜି ଆମକୁ ସ୍ମାର୍ଟ କ୍ଲାସ୍‌ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର ଓ ଆଧୁନିକ ଲାବୋରେଟୋରୀର  ସୁବିଧା ଦେଇଛି । ସେହିପରି ଆମ ସମସ୍ତଙ୍କ ମିଳିତ ଉଦ୍ୟମ ହେଉଛି ଟିମ୍‌ ୱାର୍କ । 

 

       ତୃତୀୟ ନୀତି ହେଉଛି ଟାଇମ୍‌ ବା ସମୟ ।.  ନଭେମ୍ବର ୧୪ ସୁଦ୍ଧା ୧୦୭୨ଟି ସ୍କୁଲର ରୂପାନ୍ତର କାମ ସାରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି। ଆପଣମାନଙ୍କ ସମସ୍ତଙ୍କ ନିଷ୍ଠା ଓ ପରିଶ୍ରମ ଦ୍ବାରା ଏହା ଆଜି ଠିକ୍‌ ସମୟରେ ଶେଷ ହୋଇପାରିଛି ।

 

ଚତୁର୍ଥ ନୀତି  ହେଉଛି ଟ୍ରାନ୍ସପାରେନ୍ସି ବା ସ୍ବଚ୍ଛତା । ସ୍କୁଲ ମାନଙ୍କରେ ଯାହା କିଛି ପରିବର୍ତ୍ତନ ହୋଇଛି, ତାହା ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରି କରାଯାଇଛି । ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି । ଏସବୁ ଆଣିଛି ରୂପାନ୍ତର, ଯାହାକୁ ଆମେ ସମସ୍ତେ ଦେଖିପାରୁଛୁ ଓ ଅନୁଭବ ମଧ୍ୟ କରିପାରୁଛୁ ।

 

ଗାଁ ଓ ସହରର ସ୍କୁଲ ମଧ୍ୟରେ ଥିବା ପାର୍ଥକ୍ୟ ଦୂର ଉପରେ ମତଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ଏ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି । ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି । ଆଉ ଗୋଟିଏ ଗୁରୁତ୍ବପୂର୍ଣ୍ଣ କଥା ହେଲା  ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ବପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ତୁମ ମାନଙ୍କ ପାଇଁ ୧୫ ପ୍ରତିଶତ ଆସନ ସଂରକ୍ଷିତ  କରିଛନ୍ତି ।

 

      ପିଲାମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ମାତୃଭୂମି ଓ ପରିବାର ପରେ ସ୍କୁଲ ହେଉଛି ଆମର ସବୁଠାରୁ ବଡ ପରିଚୟ । ମୋର ପୁରା ବିଶ୍ବାସ, ତୁମେ ମାନେ ଭଲ ପାଠ ପଢି ଭଲ କାମ କରି, ଏ ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ।

 

ଏହି କାର୍ଯ୍ୟକ୍ରମରେ ୫ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା କହିଥିଲେ। ସୁନ୍ଦରଗଡର ଛ୍ରାତ୍ରୀ ସିରିନ୍‌ କୌସର୍‌, ନବରଙ୍ଗପୁରର ନାଗେଶ୍ବରୀ ପାଣିଗ୍ରାହୀ, ବାଲେଶ୍ବରର ଅଭିଲିପ୍‌ସା ଲେଙ୍କା, କନ୍ଧମାଳର ଇତିଶ୍ରୀ କହଁର ଓ କଟକର ଗାୟତ୍ରୀ ସାହୁ ପ୍ରମୁଖ ଛାତ୍ରଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ସ୍କଲର ପରିବେଶ ଓ ଶିକ୍ଷା ସୁବିଧାର ପରିବର୍ତ୍ତନରେ ସେମାନେ ଖୁସି । ଆଗ ଅପେକ୍ଷା ସ୍କୁଲ ବହୁତ ଭଲ ଲାଗୁଛି ବୋଲି ସେମାନେ କହିଥିଲେ । ମୁଖ୍ୟମନ୍ତ୍ରୀ ସେମାନେ ଭବିଷ୍ୟତରେ କଣ ହେବାକୁ ଚାହାନ୍ତି ବୋଲି ପଚାରିବାରୁ ସେମାନେ ଉତ୍ସାହିତ ହୋଇ ଆଇ.ଏ.ଏସ୍‌ ଅଫିସର,ଅଇ ପି ଏସ ବୈଜ୍ଞାନିକ, ଡାକ୍ତର ଇଞ୍ଜିନିୟର ହେବେ ବୋଲି  କହିଥିଲେ ।

 

କାର୍ଯ୍ୟକ୍ରମରେ ସୁନ୍ଦରଗଡରେ ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ଶ୍ରୀ ସାରଦା ପ୍ରସାଦ ନାୟକ, ନବରଂଗପୁରରେ ସାଂସଦ ଶ୍ରୀ ରମେଶ ଚନ୍ଦ୍ର ମାଝୀ, ବାଲେଶ୍ବରରେ ପର୍ଯ୍ୟଟନ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, କନ୍ଧମାଳରେ ସାଂସଦ ଶ୍ରୀ ଅଚ୍ୟୁତାନନ୍ଦ ସାମନ୍ତ ଏବଂ କଟକରେ ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ  ଓ ଜିଲ୍ଲାର ବିଧାୟକ ମାନେ  ଯୋଗ ଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରିଥିଲେ। ଶିକ୍ଷା କ୍ଷେତ୍ରରେ ଏହା ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବ ବୋଲି ପ୍ରକାଶ କରି ସେମାନେ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶିତାର ପ୍ରଶଂସା କରିଥିଲେ ।

 

କାର୍ଯ୍ୟକ୍ରମରେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସଂପର୍କରେ ଭିଡିଓ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ ।

 

ମୋ ସ୍କୁଲ କାର୍ଯ୍ୟକ୍ରମର ଅଧ୍ୟକ୍ଷା ଶ୍ରୀମତୀ ସୁସ୍ମିତା ବାଗ୍‌ଚୀ, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ସ୍ବାଗତ ଭାଷଣ ଦେଇ ଥିଲେ

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    15758
    May 31, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ
    ବିଶେଷ

    ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14816
    May 31, 2026
  •  ପୁଣି  ବୃଦ୍ଧି ହେଲା CNG ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14930
    May 30, 2026
  •  ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ମୂଲ୍ୟ
    ଦେଶ-ଦେଶାନ୍ତର

    ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ମୂଲ୍ୟ

    14146
    Jun 01, 2026
  • ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ଗିରଫ ହେଲେ ୫
    ଦେଶ-ଦେଶାନ୍ତର

    ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ଗିରଫ ହେଲେ ୫

    14112
    May 31, 2026
  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ
    ଦେଶ-ଦେଶାନ୍ତର

    ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14465
    May 30, 2026
  • ପଶ୍ଚିମବଙ୍ଗରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ୍ ବିସ୍ତାର, ୩୫ ଜଣ ନୂତନ ମନ୍ତ୍ରୀ ...
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ୍ ବିସ୍ତାର, ୩୫ ଜଣ ନୂତନ ମନ୍ତ୍ରୀ ...

    14028
    Jun 01, 2026
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ
    ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15422
    May 30, 2026
  • ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

    14176
    May 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14930
    May 30, 2026
  • ଦେଶ-ଦେଶାନ୍ତର

    ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    15758
    May 31, 2026
  • ଖେଳ ଖବର

    ​ଆଇପିଏଲ୍‌ ମୁକୁଟ ବଜାୟ ରଖିଲା ରୋୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ; ଫାଇନାଲରେ ଦମଦାର ବିଜୟ

    14685
    May 31, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16899
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17519
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17568
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17956
    Sep 06, 2023

ବିଶେଷ

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14816
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14927
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14646
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15381
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14960
    May 26, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15445
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15190
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15672
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14010
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବୃଦ୍ଧି ହେଲା ବାଣିଜ୍ୟିକ ସିଲିଣ୍ଡର ମୂଲ୍ୟ

    14146
    Jun 01, 2026
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15422
    May 30, 2026
  • ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

    14176
    May 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In