ରାଜ୍ୟରେ ୨୪୭ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ ସାମାନ୍ୟ ବଢ଼ିଲା କରୋନା ଗ୍ରାଫ୍। ଅନ୍ୟପଟେ ମୃତ୍ୟୁ ସଂଖ୍ୟାରେ ମଧ୍ୟ ବ୍ରେକ୍ ଲାଗିଛି। ତେବେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୪୭ ଆକ୍ଟିଭ୍ କେସ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୩୭ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୧୪୪ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୧୦୩ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୫୨୦୯ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
ଖୋର୍ଦ୍ଧାରୁ ୧୧୫ ଜଣ, କଟକରୁ ୨୨ ଜଣ, ସମ୍ବଲପୁରରୁ ୧୩ ଜଣ, ମୟୂରଭଞ୍ଜରୁ ୧୨ ଜଣ, ଜଗତସିଂହପୁରରୁ ୯ ଜଣ, ଯାଜପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୮ ଜଣ ଲେଖାଁଏ, ଦେବଗଡ଼ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ ଜଣ ଲେଖାଁଏ, ଝାରସୁଗୁଡ଼ା ଓ କୋରାପୁଟ ଜିଲ୍ଲାରୁ ୩ ଜଣ ଲେଖାଁଏ, ବାଲେଶ୍ବର, ଭଦ୍ରକ, ଢ଼େଙ୍କାନାଳ, ଗଜପତି ଓ ପୁରୀ ଜିଲ୍ଳାରୁ ୨ ଜଣ ଲେଖାଁଏ, ବରଗଡ଼,କଳାହାଣ୍ଡି, ମାଲାକନଗିରି ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୋଲ୍ରୁ ୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୫୨୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୭୯୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୩୯୯୧ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor