ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ୍ ଲାଗିଛି। ଗତ ୨୪ ଘଣ୍ଟାରେ ୨୬୨ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୭୭ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ ଢେଙ୍କାନାଳ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୫୪୭୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୭୪୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୪୩୦୦ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor