ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାରରେ ସମ୍ମାନିତ ହେଲେ ଓଡିଆ ପୁଅ ପ୍ରମୋଦ ଭଗତ

ନୂଆଦିଲ୍ଲୀ: ଟୋକିଓ ପାରାଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ଓଡିଆ ପୁଅ ପ୍ରମୋଦ ଭଗତ ଆଜି ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାରରେ ସମ୍ମାନିତ ହୋଇଛନ୍ତି । ଏହା ହେଉଛି ଦେଶର ସର୍ବୋଚ୍ଚ କ୍ରୀଡା ସମ୍ମାନ । ଏହି ସମ୍ମାନରେ ପ୍ରମୋଦଙ୍କୁ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ରାମିନାଥ କୋବିନ୍ଦ । ପ୍ରମୋଦ ପଥମ ଓଡିଆ ଭାବେ ଖେଳ ରତ୍ନ ପୁରସ୍କାର ପାଇଛନ୍ତି, ଏହା ପୂର୍ବରୁ ଓଡିଶାରୁ କେହି ଖେଳରତ୍ନ ପାଇନଥିଲେ । ଗତ ବୁଧବାର ଜାତୀୟ କ୍ରୀଡ଼ା ପୁରସ୍କାର କମିଟି ପ୍ରମୋଦ ନାଁ ‘ଖେଳ ରତ୍ନ’ ପାଇଁ ସୁପାରିସ୍ କରିଥିଲା। ଏହା ପରେ କ୍ରୀଡ଼ା ମନ୍ତ୍ରଣାଳୟ ଏଥିରେ ମୋହର୍ ମାରିଥିଲା।
୨୦୨୧ ବର୍ଷ ଭାରତୀୟ କ୍ରୀଡ଼ା ଜଗତ ପାଇଁ ବେଶ୍ ସ୍ମରଣୀୟ ବର୍ଷ ରହିଛି। ଭାରତୀୟ କ୍ରୀଡ଼ାବିତ୍ ଭାବେ ଉଭୟ ଟୋକିଓ ଅଲିମ୍ପିକ୍ସ ଓ ଟୋକିଓ ପାରାଲିମ୍ପିକ୍ସରେ ଚମତ୍କାର ପ୍ରଦର୍ଶନ ଦେଶକୁ ଗୌରବାନ୍ୱିତ କରିଥିଲେ। ଚଳିତ ବର୍ଷ ଟୋକିଓରେ ଆୟୋଜିତ ପାରାଲିମ୍ପିକ୍ସରେ ପ୍ରମୋଦ ପୁରୁଷ ସିଙ୍ଗଲ୍ସ ଏସଏଲ୍-୩ ବ୍ୟାଡମିଣ୍ଟନ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ଜିତିଥିଲେ।
Powered by Froala Editor