ଆଜି ରାଜ୍ୟରେ ୨୦୬ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ ୨୪ଘଣ୍ଟାରେ ରାଜ୍ୟରେ ୨୦୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛିନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୨୧ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମଣ ରହିଛି ୮୫ ଓ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ୩୨ ଜଣ ରହିଛନ୍ତି ।
ସୂଚନା ଓ ଲୋକସମ୍ପର୍କ ବିଭାଗର ରିପୋର୍ଟ ଅନୁସାରେ ବାହାରିଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୧୨୦ଜଣ, ଅନୁଗୁଳରୁ ୨, ବାଲେଶ୍ୱରରୁ ୩, ଭଦ୍ରକ ଜିଲ୍ଲାରୁ ୩, ବରଗଡରୁ ୨, ବୌଦ୍ଧରୁ ୨, କଟକ ଜିଲ୍ଲାରୁ ୧୫ଜଣ, ଢେଙ୍କାନାଳରୁ ୧, ଗଞ୍ଜାମରୁ ୩, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୧୨ଜଣ, ଝାରସୁଗୁଡାରୁ ୩, କନ୍ଧମାଳରୁ ୧, କେନ୍ଦ୍ରାପଡାରୁ ୨, ସମ୍ବଲପୁରରୁ ୩, ସୁନ୍ଦରଗଡରୁ ୫ଜଣ ଓ ରାଜ୍ୟପୁଲରୁ ୨୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୪୫ହଜାର ୮୬୨ କୁ ବୃଦ୍ଧି ପାଇଛି ।
Powered by Froala Editor