ରାଜ୍ୟରେ ୨୨୬ କୋଭିଡ୍ ପଜିଟିଭ୍ ଚିହ୍ନଟ
ଭୁବନେଶ୍ଵର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୨୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୬୦୮୮ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୮ ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୯୮ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୩ ଜଣ ପଜିଟିଭ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୧୦ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୫ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧୪ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲକାନାଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, ଷ୍ଟେଟ ପୁଲ୍ରୁ ୨୭ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୬୦୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୬୬୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୪୭୫୯ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor