ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ମଧ୍ୟ ବ୍ରେକ୍ ଲାଗିଛି । ଗତ ୨୪ ଘଣ୍ଟାରେ ୨୨୬ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୮୩ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୬୦୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୬୫୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୪୯୯୫ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor