କରୋନା ନେଲା ୮ ଜୀବନ
ଭୁବନେଶ୍ୱର: ରାଜ୍ୟରେ କରୋନାରେ ପୁଣି ୮ ଜୀବନ ମଧ୍ୟ ଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୮୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ଏବଂ ବାଲେଶ୍ବର, ବରଗଡ଼, ଭଦ୍ରକ, ବଲାଙ୍ଗୀର,ବୌଦ୍ଧ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪ ଲକ୍ଷ ୦୧ ହଜାର ୩୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୪୩ ହଜାର୩୦୪ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୩ ଲକ୍ଷ ୫୬ ହଜାର ୦୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୯୮୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି।
Powered by Froala Editor