Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ...

  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ...

  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ ...

  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ...

  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ...

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ...

  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ...

  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ...

ରାଜ୍ୟ
Home ›› ରାଜ୍ୟ ››୫ଟି ଜିଲ୍ଲାର ୧୩୦ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

୫ଟି ଜିଲ୍ଲାର ୧୩୦ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

2021-11-17 07:41:24
15031
Share:
Facebook
Twitter
E-Mail
WhatsApp
Telegram
୫ଟି ଜିଲ୍ଲାର ୧୩୦ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ବର: ରାଜ୍ୟରେ ଚାଲିଛି ସ୍କୁଲ ରୂପାନ୍ତର ପର୍ବ । ୫-ଟି School Transformation କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ରୂପାନ୍ତରିତ ସ୍କୁଲର ଲୋକାର୍ପଣ ଚାଲିଛି । ସାତ ଦିନର ଏହି କାର୍ଯ୍ୟକ୍ରମରେ ଆଜି ଚତୁର୍ଥ ଦିବସରେ ନୂଆପଡା, ଗଞ୍ଜାମ ,ସମ୍ଵଲପୁର ,ରାୟଗଡ଼ା ଓ ନୟାଗଡ଼ ଆଦି ୫ଟି ଜିଲ୍ଲାର ୧୩୦ଟି ରୂପାନ୍ତର ସ୍କୁଲକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଲୋକାର୍ପିତ କରିଛନ୍ତି। ଆଜି ସୁଦ୍ଧା ୫୩୧ଟି ରୂପାନ୍ତରିତ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି । କାଲି ଲୋକାର୍ପିତ ହୋଇଥିବା ୧୩୦ଟି ସ୍କୁଲ ମଧ୍ୟରୁ  ନୂଆପଡା ର ୭ଟି, ଗଞ୍ଜାମ ର .୮୩ଟି, ସମ୍ବଲପୁର ର୨୫ .ଟି,  ନୟାଗଡ଼୮ଟି ଓ ରାୟଗଡ଼ା ର୭ଟି ସ୍କୁଲ ରହିଛି ।

 

ଏହି ଅବସରରେ ଶିଶୁ ଦିବସ ପାଇଁ ପିଲାମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ  ଉତ୍କର୍ଷତା ପାଇଁ ପ୍ରତିଯୋଗୀ ମନୋଭାବ ର ବିକାଶ ଜରୁରୀ  । ରୂପାନ୍ତର ପରେ   ସ୍କୁଲ ର ପରିବେଶ ପିଲାଙ୍କ ଭିତରେ ପ୍ରତିଯୋଗୀ ମନୋଭାବ କୁ ଅଧିକ  ସୁଦୃଢ କରିଛି ବୋଲି  ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ ।ଶିକ୍ଷା କ୍ଷେତ୍ରରେ ରାଜ୍ୟରେ ଆରମ୍ଭ ହୋଇଥିବା ଏ ନୂଆ ଯୁଗର ପୁରା ସୁଯୋଗ ନେବା ପାଇଁ ମୁଖ୍ୟମନ୍ତ୍ରୀ   ଛାତ୍ରଛାତ୍ରୀ ମାନଙ୍କୁ ଆହ୍ବାନ ଜଣାଇଥିଲେ ।   ପ୍ରଥମ ପର୍ଯ୍ୟାୟରେ ୨୪ ନଭେମ୍ବର ସୁଦ୍ଧା ରାଜ୍ୟର ୧୦୭୫ଟି ସ୍କୁଲ ଲୋକାର୍ପଣ କାର୍ଯ୍ୟକ୍ରମ ଚାଲିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ  ଏହି ରୂପାନ୍ତର କାର୍ଯ୍ୟକ୍ରମ ପାଇଁ ସ୍ଥାନୀୟ ଅଞ୍ଚଳର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ତଥା ପିତାମାତା ଏବଂ ଅଭିଭାବକ ମାନଙ୍କୁ ଧନ୍ୟବାଦ ଜଣାଇଥିଲେ ।

 

ମୁଖ୍ୟମନ୍ତ୍ରୀ  ଶ୍ରୀ ପଟ୍ଟନାୟକ କହିଥିଲେ ଯେ ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ। ଜାତିର ଭବିଷ୍ୟତ । କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ (There is a saying that Children constitute one-third of our population, but all of our future.)। ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ସମୟ  ବୋଲି ମତଦେଇ ସେ କହିଥିଲେ ଯେ ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ବ।  

 

ମୁଖ୍ୟମନ୍ତ୍ରୀ କହିଲେ, “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ । ନୂଆ ନୂଆ technology ବିଷୟରେ ଜାଣନ୍ତୁ । ବଡ ବଡ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ challengeକୁ ସାମନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢନ୍ତୁ । ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ ।”

 

 

୫-ଟି ନୀତି ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍କୁଲ ରୂପାନ୍ତର ହେଉଛି ଆମର 5-ଟି କାର୍ଯ୍ୟକ୍ରମର ଶ୍ରେଷ୍ଠ ଉଦାହରଣ।   ୫-ଟି ହେଉଛି-- ଟେକ୍ନୋଲେଜି, ଟିମ୍ ୱାର୍କ, ଟାଇମ, ଟ୍ରାନ୍ସପାରେନ୍ସି ଓ ଟ୍ରାନ୍ସଫରମେସନ୍।   ଏହା ହିଁ ରୂପାନ୍ତରକୁ ସମ୍ଭବ କରିପାରିଛି । ଟେକ୍ନୋଲେଜି ଆମକୁ ସ୍ମାର୍ଟ କ୍ଲାସ୍‌ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର ଓ ଆଧୁନିକ ଲାବୋରେଟୋରୀର  ସୁବିଧା ଦେଇଛି । ସେହିପରି ଆମ ସମସ୍ତଙ୍କ ମିଳିତ ଉଦ୍ୟମ ହେଉଛି ଟିମ୍‌ ୱାର୍କ । 

 

       ତୃତୀୟ ନୀତି ହେଉଛି ଟାଇମ୍‌ ବା ସମୟ ।.  ନଭେମ୍ବର ୧୪ ସୁଦ୍ଧା ୧୦୭୨ଟି ସ୍କୁଲର ରୂପାନ୍ତର କାମ ସାରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି। ଆପଣମାନଙ୍କ ସମସ୍ତଙ୍କ ନିଷ୍ଠା ଓ ପରିଶ୍ରମ ଦ୍ବାରା ଏହା ଆଜି ଠିକ୍‌ ସମୟରେ ଶେଷ ହୋଇପାରିଛି ।

 

ଚତୁର୍ଥ ନୀତି  ହେଉଛି ଟ୍ରାନ୍ସପାରେନ୍ସି ବା ସ୍ବଚ୍ଛତା । ସ୍କୁଲ ମାନଙ୍କରେ ଯାହା କିଛି ପରିବର୍ତ୍ତନ ହୋଇଛି, ତାହା ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରି କରାଯାଇଛି । ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି । ଏସବୁ ଆଣିଛି ରୂପାନ୍ତର, ଯାହାକୁ ଆମେ ସମସ୍ତେ ଦେଖିପାରୁଛୁ ଓ ଅନୁଭବ ମଧ୍ୟ କରିପାରୁଛୁ ।

 

ଗାଁ ଓ ସହରର ସ୍କୁଲ ମଧ୍ୟରେ ଥିବା ପାର୍ଥକ୍ୟ ଦୂର ଉପରେ ମତଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ଏ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି । ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି । ଆଉ ଗୋଟିଏ ଗୁରୁତ୍ବପୂର୍ଣ୍ଣ କଥା ହେଲା  ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ବପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ତୁମ ମାନଙ୍କ ପାଇଁ ୧୫ ପ୍ରତିଶତ ଆସନ ସଂରକ୍ଷିତ  କରିଛନ୍ତି ।

 

      ପିଲାମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ମାତୃଭୂମି ଓ ପରିବାର ପରେ ସ୍କୁଲ ହେଉଛି ଆମର ସବୁଠାରୁ ବଡ ପରିଚୟ । ମୋର ପୁରା ବିଶ୍ବାସ, ତୁମେ ମାନେ ଭଲ ପାଠ ପଢି ଭଲ କାମ କରି, ଏ ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ।

 

ଏହି କାର୍ଯ୍ୟକ୍ରମରେ ୪ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା କହିଥିଲେ। ଭାରତୀ ସାହୁ , ସୌମ୍ୟ ଶ୍ରୀ ବଡପଣ୍ଡା ଭାଗ୍ୟ ଲକ୍ଷ୍ମୀ ପ୍ରଧାନ , ସ୍ମରଣିକା ପଟନାୟକ, ଓ ସରସ୍ବତୀ ସାହୁ  ପ୍ରମୁଖ ଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ରୂପାନ୍ତର   ଆମ ପାଇଁ ସୁଯୋଗ ଆଣିଛି ।ତାର ସଦ୍ ବ୍ୟବହାର କରିବୁ ଓ ମୁଖ୍ୟମନ୍ତ୍ରୀ ଙ୍କ ଲକ୍ଷ୍ୟ ପୂରଣ କରିବୁ ।ଏହାସହିତ ସୋମାନଙ୍କ ଜୀବନର ଲକ୍ଷ୍ୟ ସମ୍ପର୍କରେ  ମଧ୍ୟ  ମୁଖ୍ୟମନ୍ତ୍ରୀ ଙ୍କୁ କହିଥିଲେ ।  ।

 

କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ  ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା , ସରକାରୀ ଉପମୁଖ୍ୟ ସଚେତକ ଶ୍ରୀ ରୋହିତ ପୂଜାରୀ  ବିଧାୟକ .ଶ୍ରୀ ରାଜେନ୍ଦ୍ର ଢୋଲକିଆ..ଓ ଶ୍ରୀ ସତ୍ୟନାରାୟଣ ସାହୁ ପ୍ରମୁଖ ଯୋଗ ଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମର ଶିକ୍ଷା କ୍ଷେତ୍ରରେ ଏହା ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବ ବୋଲି ପ୍ରକାଶ କରି ସେମାନେ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶିତାର ପ୍ରଶଂସା କରିଥିଲେ ।

 

କାର୍ଯ୍ୟକ୍ରମରେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସଂପର୍କରେ ଭିଡିଓ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ ।  ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶ ମତେ ନିର୍ଧାରିତ ସମୟ ସୀମା ମଧ୍ୟରେ  ପ୍ରଥମ ପର୍ଯ୍ୟାୟ ସ୍କୁଲ ରୂପାନ୍ତର କାର୍ଯ୍ୟ ଶେଷ କରିଥିବାରୁ ସେ ସମସ୍ତ ଙ୍କୁ ଧନ୍ୟବାଦ ଜଣାଇଥିଲେ । ସରକାରୀ ସ୍କୁଲରୁ ପାଠପଢି ସର୍ବଭାରତୀୟ ସେବାରେ ଯୋଗ ଦେଇ ଥିବା ଉତ୍ତରାଞଳ ଡିଆଇଜି ଶ୍ରୀ ସାର୍ଥକ ଷଡ଼ଙ୍ଗୀ ,ଓ special director PR &DW department  ଶ୍ରୀ ଅରବିନ୍ଦ ଡାକୁଆ    ନିଷ୍ଠା ଓ ପରିଶ୍ରମ ଦ୍ବାରା ସବୁ କିଛି ହାସଲକ ରିପାରିବା ବୋଲି ମତ ଦେଇଥିଲେ। ମୋ ସ୍କୁଲ କାର୍ଯ୍ୟକ୍ରମର ଅଧ୍ୟକ୍ଷା ଶ୍ରୀମତୀ ସୁସ୍ମିତା ବାଗ୍‌ଚୀ, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ
    ଦେଶ-ଦେଶାନ୍ତର

    ଲଘୁଚାପ କ୍ଷେତ୍ର ସୃଷ୍ଟି: ଏହି ରାଜ୍ୟକୁ ହାଇ ଆଲର୍ଟ

    15488
    Jul 03, 2026
  •  ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ
    ଦେଶ-ଦେଶାନ୍ତର

    ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14542
    Jul 02, 2026
  • ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି

    15602
    Jul 04, 2026
  • ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ
    ଦେଶ-ଦେଶାନ୍ତର

    ଜମ୍ମୁ-କାଶ୍ମୀରରେ ବାବା ଅମରନାଥ ଯାତ୍ରା ଆରମ୍ଭ

    15972
    Jul 02, 2026
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ
    ଦେଶ-ଦେଶାନ୍ତର

    ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

    13634
    Jul 03, 2026
  • ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ
    ଦେଶ-ଦେଶାନ୍ତର

    ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ

    14781
    Jul 03, 2026
  • ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ
    ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    15069
    Jul 02, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା
    ବିଶେଷ

    ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14887
    Jul 03, 2026
  • ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର
    ଦେଶ-ଦେଶାନ୍ତର

    ୨୩ ଜଣଙ୍କୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର

    13708
    Jul 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ, ପାଇରେସି ନୋଟିସ ଜାରି

    15602
    Jul 04, 2026
  • ଦେଶ-ଦେଶାନ୍ତର

    ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି ଓଲଟି ୬ ଆହତ

    14781
    Jul 03, 2026
  • ଦେଶ-ଦେଶାନ୍ତର

    ଇସ୍ରୋ ମୁଖ୍ୟାଳୟକୁ ଧମକପୂର୍ଣ୍ଣ ଇ-ମେଲ୍, ପୋଲିସର ବ୍ୟାପକ ତଲାସି ଅଭିଯାନ

    15069
    Jul 02, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16964
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17575
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17627
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18024
    Sep 06, 2023

ବିଶେଷ

  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    14887
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14548
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14317
    Jun 28, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15935
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15808
    Jun 24, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15783
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15697
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13801
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14909
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାକିସ୍ତାନର ଜେଲ୍‌ରେ ୨୫୦ ଭାରତୀୟ ନାଗରିକ ବନ୍ଦୀ

    14542
    Jul 02, 2026
  • ୧୦ରେ ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ

    13634
    Jul 03, 2026
  • ରାମ ମନ୍ଦିର ଦାନ ଅର୍ଥ ଆତ୍ମସାତ୍‌ ନେଇ ହିନ୍ଦୁ ସମାଜ ବିଜେପିକୁ କ୍ଷମା ଦେବେ ନାହିଁ: ଉଦ୍ଧବ ଠାକ୍‌ରେ

    14797
    Jul 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In