ଆଜି ରାଜ୍ୟରେ ୨୨୯ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ ୨୪ଘଣ୍ଟାରେ ରାଜ୍ୟରେ ୨୨୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛିନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୩୩ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମଣ ରହିଛି ୯୬ ଓ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ୨୯ ଜଣ ରହିଛନ୍ତି ।
ସୂଚନା ଓ ଲୋକସମ୍ପର୍କ ବିଭାଗର ରିପୋର୍ଟ ଅନୁସାରେ ବାହାରିଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୧୧୩ଜଣ, ଅନୁଗୁଳରୁ ୧, ବାଲେଶ୍ୱରରୁ ୬, ଭଦ୍ରକ ଜିଲ୍ଲାରୁ ୩, ବଲାଙ୍ଗୀରରରୁ ୧, କଟକ ଜିଲ୍ଲାରୁ ୧୮ଜଣ, ଦେବଗଡରୁ ୧, ଗଜପତିରୁ ୨, ଗଞ୍ଜାମରୁ ୩, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡାରୁ ୨, କେନ୍ଦ୍ରାପଡାରୁ ୪, କେନ୍ଦୁଝରରୁ ୩, ମୟୂରଭଞ୍ଜରୁ ୧୧, ନୟାଗଡରୁ ୧, ପୁରୀରୁ ୩, ସମ୍ବଲପୁରରୁ ୧୩, ସୁନ୍ଦରଗଡରୁ ୮ଜଣ ଓ ରାଜ୍ୟପୁଲରୁ ୨୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୪୫ହଜାର ୨୦୯ କୁ ବୃଦ୍ଧି ପାଇଛି ।
Powered by Froala Editor