ଜିଓ ଦେଲା ବଡ ଅଫର, ବଜାରରେ ଉପଲବ୍ଧ ହେଲାଣି ଜିଓ ଫୋନ ନେକ୍ସଟ
ଭୁବନେଶ୍ୱର: ଜିଓ ଏବଂ ଗୁଗୁଲ ଦ୍ୱାରା ମିଳିତ ଭାବରେ ବିକଶିତ ଶସ୍ତା ସ୍ମାର୍ଟଫୋନ ଜିଓଫୋନ ନେକ୍ସଟ ଦୀପାବଳି ଠାରୁ ଭାରତୀୟ ବଜାରରେ ଉପଲବ୍ଧ ହେବ ବୋଲି ଉଭୟ କମ୍ପାନୀ ପକ୍ଷରୁ ଆଜି ଘୋଷଣା କରାଯାଇଛି | ରିଲାଏନ୍ସ ରିଟେଲର ବିସ୍ତୃତ ଜିଓମାର୍ଟ ଡିଜିଟାଲ ନେଟୱାର୍କ ସ୍ଥଳଗୁଡିକରେ ଏହା ଉପଲବ୍ଧ ହେବ |
ଗ୍ରାହକ ମାନେ ଏହି ଫୋନ ମାତ୍ର ୧୯୯୯ ଟଙ୍କା ପଇଠ କରି ୧୮ କିମ୍ବା ୨୪ ମାସର ସହଜ କିସ୍ତିରେ ପାଇପାରିବେ | ଜିଓଫୋନ ନେକ୍ସଟ କୁ କମ୍ପାନୀ ପକ୍ଷରୁ ସ୍ୱତନ୍ତ୍ର ପ୍ଲାନ ସହିତ ବଂଡଲ କରି ଆକର୍ଷଣୀୟ ଅଫର ଦିଆଯାଉଛି ଯାହାଦ୍ୱାରା ଗ୍ରାହକ ପ୍ଲାନ ସହିତ ସହଜରେ ଫୋନର କିସ୍ତି ମଧ୍ୟ ପୁରଣ କରିପାରିବେ |
କିସ୍ତିରେ କିଣିବାକୁ ଇଛୁକ ଗ୍ରାହକଙ୍କ ଆବଶ୍ୟକତା ଅନୁଯାୟୀ କମ୍ପାନୀ ପକ୍ଷରୁ ମାସିକ ୩୦୦ ଟଙ୍କାରୁ ଆରମ୍ଭ କରି ୬୦୦ ଟଙ୍କା ପର୍ଯ୍ୟନ୍ତ ବିଭିନ୍ନ ବଂଡଲ ପ୍ଲାନ ଘୋଷଣା କରାଯାଇଛି | ତେବେ ସହଜ କିସ୍ତି ବଦଳରେ ସିଧାସଳଖ ଜିଓଫୋନ ନେକ୍ସଟ କିଣିବାକୁ ଚାହୁଁଥିବା ଗ୍ରାହକ ଏକକାଳୀନ ୬୪୯୯ ଟଙ୍କାରେ ଏହା କିଣିପାରିବେ |
ଡୁଆଲ ସିମ ସୁବିଧା ରହିଥିବା ଜିଓଫୋନ ନେକ୍ସଟରେ ରହିଛି ଅନେକ ଅଭିନବ ଓ ଆକର୍ଷଣୀୟ ଫିଚର | ଏହି ଫୋନରେ ୫.୪୫ ଇଞ୍ଚର ଏଚଡ଼ି ଟଚସ୍କ୍ରିନ ସହିତ କର୍ଣ୍ଣର ଗରିଲା ଗ୍ଲାସ-୩ ରହିଛି | ଏଥିସହିତ ୨ ଜିବି ରାମ, ୬୪ ବିଟ ସିପିୟୁ ସହିତ କ୍ୱାଡ଼କୋର କ୍ୟୁଏମ୨୧୫ ଚିପସେଟ ଏବଂ ୩୨ ଜିବି ଅନ୍ତର୍ନିହିତ ମେମୋରୀ ସାଙ୍ଗକୁ ୫୧୨ ଜିବି ପର୍ଯ୍ୟନ୍ତ ବର୍ଦ୍ଧିତ ହୋଇପାରିବା ଭଳି ଏସଡ଼ି କାର୍ଡ ପାଇଁ ସ୍ୱତନ୍ତ୍ର ସ୍ଥାନ ରହିଛି |
ଜିଓଫୋନ ନେକ୍ସଟରେ ସବୁଠାରୁ ଭଲ ରହିଛି କ୍ୟାମେରା ଓ ବ୍ୟାଟେରୀ କ୍ଷମତା | ୧୩ ମେଗା ପିକ୍ସେଲ ପଛ କ୍ୟାମେରା ଓ ୮ ମେଗା ପିକ୍ସେଲ ସାମ୍ନା ସେଲ୍ଫି କ୍ୟାମେରା ସାଙ୍ଗକୁ ନାଇଟ ମୋଡ଼, ପୋଟ୍ରେଟ ମୋଡ଼ ତଥା ଏଚଡ଼ିଆର ମୋଡ଼ ଫିଚର ସହିତ ଦୀପାବଳି ଭଳି ଭାରତୀୟ ପର୍ବପର୍ବାଣି ପାଇଁ ସ୍ୱତନ୍ତ୍ର ଫିଲ୍ଟର ଉପଲବ୍ଧ ରହିଛି | ଏହି ଫୋନରେ ୩୫୦୦ ଏମଏଚ ର ବ୍ୟାଟେରୀ ରହିଛି ଯାହା ସାଧାରଣ ବ୍ୟବହାର କ୍ଷେତ୍ରରେ ଥରେ ସମ୍ପୂର୍ଣ୍ଣ ଚାର୍ଜରେ ୩୬ ଘଂଟା ଚାଲିପାରିବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି |
ଜିଓ ଓ ଗୁଗୁଲ ପକ୍ଷରୁ ମିଳିତ ଭାବେ ବିକଶିତ ଏହି ଫୋନରେ ଜିଓ ଓ ଗୁଗୁଲର ସମସ୍ତ ଆପ୍ପ ଅପଟିମାଈଜ ହୋଇ ପ୍ରି-ଲୋଡେଡ଼ ରହିଛି | ଏଥିସହିତ ସ୍ୱୟଂଚାଳିତ ସଫ୍ଟୱେର ଅପଗ୍ରେଡ଼, ରିଡ଼ ଆଲଉଡ, ଭାଷାନୁବାଦ, ଭଏସ ଆସିଷ୍ଟାଣ୍ଟ ଭଳି ଅନେକ ସୁବିଧା ରହିଛି |
Powered by Froala Editor