ଏହି ୪ ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା

ଭୁବନେଶ୍ୱର: ଦକ୍ଷିଣ ପୂର୍ବ ଓ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, କନ୍ଧମାଳ, ଗଜପତି, ଗଞ୍ଜାମ ଏବଂ ପୁରୀ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ଏହି ଲଘୁଚାପ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଏବଂ ଉତ୍ତର ତାମିଲନାଡୁ ଉପକୂଳରେ ସ୍ଥଳଭାଗ ଛୁଇଁବ ବୋଲି ପାଣିପାଗ ବିଭାଗ କହିଛି । ପାଣିପାଗ ବିଭାଗର ଆକଳନ ଅନୁସାରେ ୨୦ରେ ଦକ୍ଷିଣ ଓ ଉତ୍ତର ଓଡିଶାର କିଛି ଅଞ୍ଚଳରେ ବର୍ଷା ପରିମାଣ ବଢିପାରେ । ମାଲକାନଗିରି, କୋରାପୁଟ, ରାୟଗଡା ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ସୂଚନା ମିଳିଛି । ଏଥିପାଇଁ ଏହି ଜିଲ୍ଲା ଗୁଡିକରେ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
Powered by Froala Editor