ଆଜି ରାଜ୍ୟରେ ୨୪୨ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଉପର ତଳ ହେଉଛି । ଗତକାଲି ରାଜ୍ୟରେ ୨୨୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରେ ୨୪୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୧ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣ ରହିଛି ୧୦୧ । ସେମାନଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୪୫ଜଣ ରହିଛନ୍ତି ।
ସୂଚନା ଓ ଲୋକସମ୍ପର୍କ ବିଭାଗର ରିପୋର୍ଟ ଅନୁସାରେ ଖୋର୍ଦ୍ଧା ଜିଲ୍ଳାରୁ ସର୍ବାଧିକ ୧୨୦ ଆକ୍ରାନ୍ତ ଥିବାବେଳେ ଅନୁଗୁଳରୁ ୧, ବାଲେଶ୍ୱରରୁ ୭, ବରଗଡରୁ ୬, ଭଦ୍ରକରୁ ୨, କଟକରୁ ୧୮, ଜଗତସିଂହପୁରରୁ ୩, ଯାଜପୁରରୁ ୫, ଝାରସୁଗୁଡାରୁ ୧, କଳାହାଣ୍ଡିରୁ ୧, କେନ୍ଦ୍ରାପଡାରୁ ୪, କୋରାପୁଟରୁ ୨, ମାଲକାନାଗିରିରୁ ୨, ମୟୂରଭଞ୍ଜରୁ ୨୪, ନୟାଗଡରୁ ୨, ନୂଆପଡାରୁ ୧, ପୁରୀରୁ ୪, ସମ୍ବଲପୁରରୁ ୭, ସୁନ୍ଦରଗଡରୁ ୪ ଓ ରାଜ୍ୟପୁଲରୁ ୨୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୪୬ହଜାର ୫୫୯କୁ ବୃଦ୍ଧି ପାଇଛି ।
Powered by Froala Editor