ଦେଶରେ ଦିନକରେ କରୋନା ନେଲା ୨୬୨୪ ଜୀବନ

ନୂଆଦିଲ୍ଲୀ: ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଦେଶରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ରାଜ୍ୟରେ ପ୍ରବେଶ କରିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଦିନକରେ କରୋନାରେ ୨୬୨୪ ଜଣଙ୍କ ଜୀବନ ଯାଇଛି ।
ଦେଶରେ କରୋନା ନିଜର କାୟା ବିସ୍ତାର କରିବାରେ ଲାଗିଛି। ଦୈନିକ ସଂକ୍ରମଣ ଲକ୍ଷାଧିକ ଟପୁଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଦେଶରେ ଦିନକରେ ୩ଲକ୍ଷ ୪୬ହଜାର ୭୮୬ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ପଜିଟିଭ ସଂଖ୍ୟା ୧,୬୬,୧୦,୪୮୧କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୨,୬୨୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୮୯,୫୪୪ରେ ପହଞ୍ଚିଛି। ୨୪ ଘଣ୍ଟାରେ ୨,୧୯,୮୩୮ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୧,୩୮,୬୭,୯୯୭ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୫,୫୨,୯୪୦ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
Powered by Froala Editor