ରାଜ୍ୟରେ ଆଉ ୨ ଜୀବନ ନେଲା କରୋନା
ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ମଧ୍ୟ ବ୍ରେକ୍ ଲାଗିଛି । ଗତ ୨୪ ଘଣ୍ଟାରେ ୨୩୯ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୯୧ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲା ଭୁବନେଶ୍ବରର ୨ ଜଣ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୬୭୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୮୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୫୯୬୭ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor