ଗୁରୁତର ନଥିଲେ ମେଡିକାଲ ନଆସିବାକୁ ପରାମର୍ଶ

ଭୁବନେଶ୍ୱର: ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ଆତଙ୍କ ଖେଳାଇ ଚାଲିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲଶ ଗୁରୁତର ନଥିଲେ ମେଡିକାଲ ନଆସିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି । ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଚିଠି କରାଯାଇଥିବା ଜଣାଯାଇଛି । ଜିଲ୍ଲାପାଳ, ପୌରାଞ୍ଚଳ କମିଶନର ଓ ସିଡିଏମଓଙ୍କୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଚିଠି ଲେଖାଯାଇଥିବା ଏକ ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି ।
ଗୁରୁତର ରୋଗୀଙ୍କ ପାଇଁ ବେଡ ଖାଲି ରଖିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି । ଅକ୍ସିଜେନ ଆବଶ୍ୟକ ନଥିବା ଅନେକ ରୋଗୀ ମେଡିକାଲରେ ଭର୍ତ୍ତି ଅଛନ୍ତି । ଫଳରେ ଗୁରୁତର ରୋଗୀଙ୍କୁ ଉପଯୁକ୍ତ ସ୍ୱାସ୍ଥ୍ୟସେବା ମିଳିପାରୁନାହିଁ । ଗୁରୁତର ନଥିବା ରୋଗୀ ଘରେ କିମ୍ବା ସିସିସିରେ ଚିକିତ୍ସିତ ହୋଇପାରିବେ । ତେଣୁ ଗୁରୁତର ନଥିଲେ ମେଡିକାଲ ନଆସିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।
Powered by Froala Editor