ନର୍ଦ୍ଦମା ଓ ଫୁଟପାଥର ମରାମତି ପାଇଁ ୫୦୦କୋଟି ମଞ୍ଜୁର କଲେ ନବୀନ
ଭୁବନେଶ୍ୱର: ବର୍ଷା ଯୋଗୁ ସାରା ରାଜ୍ୟରେ ବିଭିନ୍ନ ସହରାଞ୍ଚଳର କ୍ଷତିଗ୍ରସ୍ତ ହୋଇଥିବା ବିଭିନ୍ନ ରାସ୍ତାଘାଟ, ନର୍ଦ୍ଦମା ଓ ଫୁଟପାଥ ଆଦିର ମରାମତି ତଥା ଉନ୍ନତି କରଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୫୦୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହି କାର୍ଯ୍ୟ ତୁରନ୍ତ ଆରମ୍ଭ କରିବା ସହିତ ଆଗାମୀ ମୌସୁମୀ ଋତୁ ପୂର୍ବରୁ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ରାଜ୍ୟର ବିଭିନ୍ନ ସହରାଞ୍ଚଳରେ ରାସ୍ତାଘାଟର ସ୍ଥିତି ଶୋଚନୀୟ ଥିବା ଦେଖିବାକୁ ମିଳୁଛି । ଯାହା ଫଳରେ ସହରବାସୀ ନାନାଦି ଅସୁବିଧା ଭୋଗ କରୁଥିଲେ । ଏହାକୁ ଆଖି ଆଗରେ ରଖି ମୁଖ୍ୟମନ୍ତ୍ରୀ ଏହି ପଦକ୍ଷେପ ଗ୍ରହଣ କରିଥିବା କୁହାଯାଉଛି । ଏଥିସହ ଆଗକୁ ପୌର ନିର୍ବାଚନ ହେବାକୁ ଅଛି, ତେଣୁ ଏହା ପୂର୍ବରୁ ଭୋଟରଙ୍କୁ ଖୁସି କରିବାକୁ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଥିବା ଏହି ଚର୍ଚ୍ଚା ହେଉଛି ।
Powered by Froala Editor