Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 30, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କାଲକାଜୀ ମନ୍ଦିର ସେବାଦାରଙ୍କୁ ପିଟି ...

  • ପାର୍ଟନରଙ୍କ ସହ ଏମିତି କଲେ ହୁଏ ସମ୍ପର୍କ ...

  • ଶପଥ ନେଲେ ସୁପ୍ରିମକୋର୍ଟର ୨ ନୂଆ ...

  • ଫିଲ୍ମ ‘କଲାମ: ଦ ମିସାଇଲ ମ୍ୟାନ୍‌ ଅଫ୍‌ ...

  • ପୂର୍ବତନ ବାଚସ୍ପତି ଆଣ୍ଡ୍ରି ...

  • ଚୀନରେ ପ୍ରଧାନମନ୍ତ୍ରୀ, ମୋଦୀଙ୍କୁ ଭବ୍ୟ ...

  • ବିହାର ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ...

  • ଏହି ସହର ମହିଳାଙ୍କ ପାଇଁ ସୁରକ୍ଷିତ

  • କାନାଡା ନୂତନ ରାଷ୍ଟ୍ରଦୂତ ଭାବେ ନିଯୁକ୍ତ ...

  • ଦୈନିକ ପିଅନ୍ତୁ ଏହି ଜୁସ୍‌

ରାଜ୍ୟ
Home ›› ରାଜ୍ୟ ››ପଞ୍ଚମ ଦିବସରେ ୫ଟି ଜିଲ୍ଲାର ୧୪୮ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ପଞ୍ଚମ ଦିବସରେ ୫ଟି ଜିଲ୍ଲାର ୧୪୮ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

2021-11-21 05:04:35
15225
Share:
Facebook
Twitter
E-Mail
WhatsApp
Telegram
ପଞ୍ଚମ ଦିବସରେ ୫ଟି ଜିଲ୍ଲାର ୧୪୮ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ


ରାଜ୍ୟରେ ସ୍କୁଲ ରୂପାନ୍ତର ପର୍ବ ଜାରି ରହିଛି । ୫-ଟି School Transformation କାର୍ଯ୍ୟକ୍ରମର ପଞ୍ଚମ ଦିବସରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୧୪୮ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ଜଗତସିଂହପୁରର ୧୪ଟି ସ୍କୁଲ, ଦେବଗଡର ୩୨ଟି, ପୁରୀର ୪୮ଟି, ବଲାଙ୍ଗୀରର ୨୪ଟି ଓ କେନ୍ଦ୍ରାପଡାର ୩୦ଟି ସ୍କୁଲ ସାମିଲ ହୋଇଛି।

 

ଆଜି ସୁଦ୍ଧା ୮୩୮ଟି ରୂପାନ୍ତରିତ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି । ସୂଚନାଯୋଗ୍ୟ ଯେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟରେ ଏବେ ରାଜ୍ୟର ୧୦୭୫ଟି ସ୍କୁଲର ଲୋକାର୍ପଣ କାର୍ଯ୍ୟକ୍ରମ ଜାରି ରହିଛି । ଏହି ରୂପାନ୍ତର କାର୍ଯ୍ୟକ୍ରମ ପାଇଁ ସ୍ଥାନୀୟ ଅଞ୍ଚଳର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ତଥା ପିତାମାତା ଏବଂ ଅଭିଭାବକ ମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ ।

 

ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ । ନୂଆ ନୂଆ technology ବିଷୟରେ ଜାଣନ୍ତୁ । ବଡ ବଡ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ challengeକୁ ସାମନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢନ୍ତୁ । ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ ।”

ଜୀବନରେ ସଫଳତା ପାଇଁ ସ୍କୁଲରୁ  ହି ମୂଳଦୁଆ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

 

ମୁଖ୍ୟମନ୍ତ୍ରୀ କହିଲେ,  ଏ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି । ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି । ଆଉ ଗୋଟିଏ ଗୁରୁତ୍ବପୂର୍ଣ୍ଣ କଥା ହେଲା  ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ବପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ତୁମ ମାନଙ୍କ ପାଇଁ ୧୫ ପ୍ରତିଶତ ଆସନ ସଂରକ୍ଷିତ  କରିଛନ୍ତି ।

 

ମୁଖ୍ୟମନ୍ତ୍ରୀ  ଶ୍ରୀ ପଟ୍ଟନାୟକ କହିଥିଲେ ଯେ ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ। ଜାତିର ଭବିଷ୍ୟତ । କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ (There is a saying that Children constitute one-third of our population, but all of our future.)। ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ସମୟ  ବୋଲି ମତଦେଇ ସେ କହିଥିଲେ ଯେ ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ବ।  

 

 

ଓଡିଶାର ଶିକ୍ଷା ବିକାଶ କ୍ଷେତ୍ରରେ ଆଜି ଦିନଟି ସବୁବେଳେ ସ୍ବତନ୍ତ୍ର ହୋଇରହିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ୫-ଟି ନୀତି ଉପରେ ଆଲୋକପାତ କରିଥିଲେ। ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍କୁଲ ରୂପାନ୍ତର ହେଉଛି ଆମର 5-ଟି କାର୍ଯ୍ୟକ୍ରମର ଶ୍ରେଷ୍ଠ ଉଦାହରଣ।   ୫-ଟି ହେଉଛି-- ଟେକ୍ନୋଲେଜି, ଟିମ୍ ୱାର୍କ, ଟାଇମ, ଟ୍ରାନ୍ସପାରେନ୍ସି ଓ ଟ୍ରାନ୍ସଫରମେସନ୍।   ଏହା ହିଁ ରୂପାନ୍ତରକୁ ସମ୍ଭବ କରିପାରିଛି । ଟେକ୍ନୋଲେଜି ଆମକୁ ସ୍ମାର୍ଟ କ୍ଲାସ୍‌ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର ଓ ଆଧୁନିକ ଲାବୋରେଟୋରୀର  ସୁବିଧା ଦେଇଛି । ସେହିପରି ଆମ ସମସ୍ତଙ୍କ ମିଳିତ ଉଦ୍ୟମ ହେଉଛି ଟିମ୍‌ ୱାର୍କ । ତୃତୀୟ ନୀତି ହେଉଛି ଟାଇମ୍‌ ବା ସମୟ ।.  ନଭେମ୍ବର ୧୪ ସୁଦ୍ଧା ୧୦୭୫ଟି ସ୍କୁଲର ରୂପାନ୍ତର କାମ ସାରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି। ଆପଣମାନଙ୍କ ସମସ୍ତଙ୍କ ନିଷ୍ଠା ଓ ପରିଶ୍ରମ ଦ୍ବାରା ଏହା ଆଜି ଠିକ୍‌ ସମୟରେ ଶେଷ ହୋଇପାରିଛି ।

 

ଚତୁର୍ଥ ନୀତି  ହେଉଛି ଟ୍ରାନ୍ସପାରେନ୍ସି ବା ସ୍ବଚ୍ଛତା। ସ୍କୁଲ ମାନଙ୍କରେ ଯାହା କିଛି ପରିବର୍ତ୍ତନ ହୋଇଛି, ତାହା ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରି କରାଯାଇଛି। ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି। ଏସବୁ ଆଣିଛି ରୂପାନ୍ତର, ଯାହାକୁ ଆମେ ସମସ୍ତେ ଦେଖିପାରୁଛୁ ଓ ଅନୁଭବ ମଧ୍ୟ କରିପାରୁଛୁ। ପିଲାମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ମାତୃଭୂମି ଓ ପରିବାର ପରେ ସ୍କୁଲ ହେଉଛି ଆମର ସବୁଠାରୁ ବଡ ପରିଚୟ । ମୋର ପୁରା ବିଶ୍ବାସ, ତୁମେ ମାନେ ଭଲ ପାଠ ପଢି ଭଲ କାମ କରି, ଏ ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ।

 

ଏହି କାର୍ଯ୍ୟକ୍ରମରେ ୫ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା କହିଥିଲେ। ଜଗତସିଂହପୁରର ସୁମିତ୍ରା ସାହୁ, ଦେବଗଡର ପିୟୁଷ ପ୍ରଭା କର, ପୁରୀର ଅପର୍ଣ୍ଣା ପଣ୍ଡା, ବଲାଙ୍ଗୀରର ଆର୍ୟାନ୍‌ ଶତପଥୀ ଓ କେନ୍ଦ୍ରାପଡାର ସୋନମ ପରବିନ ପ୍ରମୁଖ ଛାତ୍ରଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ    ସ୍କୁଲର ସ୍ବଚ୍ଛ ପରିବେଶ ଓ ସ୍ବଚ୍ଛ ଶୌଚାଳୟ ବ୍ୟବସ୍ଥା ପିଲାମାନଙ୍କ ପାଇଁ, ବିଶେଷକରି ଛାତ୍ରୀ ମାନଙ୍କ ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରିଛି ।  ସ୍ମାର୍ଟ ବ୍ୟବସ୍ଥାରେ ପାଠ ବୁଝିବା ସହଜ ହେଉଛି ବୋଲି ସେମାନେ କହିଥିଲେ । ସରକାରୀ ସ୍କୁଲ ପିଲାମାନଙ୍କ ପାଇଁ ଉଚ୍ଚଶିକ୍ଷାରେ ପନ୍ଦର ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା କରିଥିବାରୁ, ସେମାନେ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ।  ସେମାନେ ଭବିଷ୍ୟତରେ କଣ ହେବାକୁ ଚାହାନ୍ତି ବୋଲି ମୁଖ୍ୟମନ୍ତ୍ରୀ ପଚାରିବାରୁ ସେମାନେ ଉତ୍ସାହିତ ହୋଇ ଆଇ.ଏ.ଏସ୍‌, ଆଇ.ପି.ଏସ୍‌ ଅଫିସର, ଡାକ୍ତର ଇଞ୍ଜିନିୟର ହେବେ ବୋଲି  କହିଥିଲେ ।

 

କାର୍ଯ୍ୟକ୍ରମରେ  ଜଗତସିଂହପୁରରେ  ଜଳସଂପଦ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ, ଦେବଗଡରେ ଗ୍ରାମ୍ୟ ଉନ୍ନୟନ ଓ ଶ୍ରମ ମନ୍ତ୍ରୀ ଶ୍ରୀ ସୁଷାନ୍ତ ସିଂହ, ପୁରୀରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ଦାଶ, ବଲାଙ୍ଗୀରରେ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ଟୁକୁନୀ ସାହୁ ଏବଂ କେନ୍ଦ୍ରାପଡାରେ ପଞ୍ଚାୟତିରାଜ ଓ ଆଇନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା ପ୍ରମୁଖ ଯୋଗ ଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରିଥିଲେ। ସ୍କୁଲ ରୂପାନ୍ତର ରାଜ୍ୟର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଏକ ଅଭୁତପୂର୍ବ ଉତ୍ସାହ ସୃଷ୍ଟି କରିଛି  ବୋଲି ସେମାନେ କହିଥିଲେ ।  ଶିକ୍ଷା ଏବେ ବାପା ମାଙ୍କ ଠାରୁ ଆରମ୍ଭ କରି ଗ୍ରାମବାସୀ, ସ୍ଥାନୀୟ ନେତୃବୃନ୍ଦ ସମସ୍ତଙ୍କ ପାଇଁ ଏକ ଚର୍ଚ୍ଚାର ବିଷୟ ହୋଇଛି ବୋଲି ପ୍ରକାଶ କରି ସେମାନେ ଖୁସିବ୍ୟକ୍ତ କରିଥିଲେ ।

 

ଏହି ଅବସରରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଶ୍ରୀ ଅସିତ ତ୍ରିପାଠୀ ନିଜର ସଫଳତାରେ ସ୍କୁଲର ଅବଦାନ ସଂପର୍କରେ ଆଲୋକପାତ କରିଥିଲେ। ଟିଟିଲାଗଡ ହାଇସ୍କୁଲରୁ ପାଠ ପଢିଥିବା ଶ୍ରୀ ତ୍ରିପାଠୀ କହିଲେ ମୁଁ ଗୋଟିଏ ସରକାରୀ ସ୍କୁଲରୁ ପାଠ ପଢି ସ୍ବପ୍ନ ପୂରଣ କରିପାରିଛି ଏବଂ ଜିଲ୍ଲା ଓ ରାଜ୍ୟର ବିକାଶରେ କିଛି କିଛି ଯୋଗଦାନ ରଖିପାରିଛି । ଆଜିର ସରକାରୀ ସ୍କୁଲ ଓ ଆମ ବେଳର ସରକାରୀ ସ୍କୁଲର ସୁବିଧା ମଧ୍ୟରେ ଆକାଶପାତାଳ ତଫାତ ରହିଛି । ତେଣୁ ତୁମେ ମାନେ ନିଶ୍ଟୟ ତୁମର ସ୍ବପ୍ନ ପୂରଣ କରିପାରିବ ବୋଲି ସେ ପିଲାମାନଙ୍କୁ କହିଥିଲେ।

 

       ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ । ଅନେକ ପିଲା ଭବିଷ୍ୟତରେ ଆଇଏଏସ୍‌ ଓ ଆଇପିଏସ ଅଫିସର ହେବାର ଲକ୍ଷ୍ୟ ରଖିଥିବା ବିଷୟ ଶୁଣି ଶ୍ରୀ ପାଣ୍ଡିଆନ  କହିଥିଲେ ଯେ ଅନେକ ପଦସ୍ଥ ଅଧିକାରୀ ସରକାରୀ ସ୍କୁଲରୁ ହିଁ ପାଠ ପଢି ଲକ୍ଷ୍ୟ ପୂରଣ କରିଛନ୍ତି। ମୁଁ ମଧ୍ୟ ସରକାରୀ ସ୍କୁଲରେ ପଢିଛି। ତେଣୁ ଆମ ସରକାରୀ ସ୍କୁଲର ପିଲାମାନେ ମଧ୍ୟ ନିଶ୍ଚୟ ସଫଳ ହେବେ ବୋଲି ସେ ଆଶାବ୍ୟକ୍ତ କରିଥିଲେ। କାର୍ଯ୍ୟକ୍ରମରେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସଂପର୍କରେ ଭିଡିଓ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଥିଲା । କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  •  ପୂର୍ବତନ ବାଚସ୍ପତି ଆଣ୍ଡ୍ରି ପାରୁବୀଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ପୂର୍ବତନ ବାଚସ୍ପତି ଆଣ୍ଡ୍ରି ପାରୁବୀଙ୍କୁ ଗୁଳି କରି ହତ୍ୟା

    13332
    Aug 30, 2025
  • କାଲକାଜୀ ମନ୍ଦିର ସେବାଦାରଙ୍କୁ ପିଟି ପିଟି ହତ୍ୟା
    ଦେଶ-ଦେଶାନ୍ତର

    କାଲକାଜୀ ମନ୍ଦିର ସେବାଦାରଙ୍କୁ ପିଟି ପିଟି ହତ୍ୟା

    13351
    Aug 30, 2025
  • ଶପଥ ନେଲେ ସୁପ୍ରିମକୋର୍ଟର ୨ ନୂଆ ବିଚାରପତି
    ଦେଶ-ଦେଶାନ୍ତର

    ଶପଥ ନେଲେ ସୁପ୍ରିମକୋର୍ଟର ୨ ନୂଆ ବିଚାରପତି

    14358
    Aug 30, 2025
  • କାନାଡା ନୂତନ ରାଷ୍ଟ୍ରଦୂତ ଭାବେ ନିଯୁକ୍ତ ହେଲେ ଆଇଏଫଏସ୍‌ର ବରିଷ୍ଠ ଅଧିକାରୀ ଦିନେଶ ...
    ଦେଶ-ଦେଶାନ୍ତର

    କାନାଡା ନୂତନ ରାଷ୍ଟ୍ରଦୂତ ଭାବେ ନିଯୁକ୍ତ ହେଲେ ଆଇଏଫଏସ୍‌ର ବରିଷ୍ଠ ଅଧିକାରୀ ଦିନେଶ ...

    13716
    Aug 29, 2025
  • ବିହାର ମୁଖ୍ୟମନ୍ତ୍ରୀଙ୍କ  ବଡ ଘୋଷଣା, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    ବିହାର ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ଜାଣନ୍ତୁ କ’ଣ?

    14324
    Aug 29, 2025
  • ଫିଲ୍ମ ‘କଲାମ: ଦ ମିସାଇଲ ମ୍ୟାନ୍‌ ଅଫ୍‌ ଇଣ୍ଡିଆ’ରେ ଧନୁଷ
    ଦେଶ-ଦେଶାନ୍ତର

    ଫିଲ୍ମ ‘କଲାମ: ଦ ମିସାଇଲ ମ୍ୟାନ୍‌ ଅଫ୍‌ ଇଣ୍ଡିଆ’ରେ ଧନୁଷ

    15456
    Aug 30, 2025
  • ଚୀନରେ ପ୍ରଧାନମନ୍ତ୍ରୀ, ମୋଦୀଙ୍କୁ ଭବ୍ୟ ସ୍ୱାଗତ
    ଦେଶ-ଦେଶାନ୍ତର

    ଚୀନରେ ପ୍ରଧାନମନ୍ତ୍ରୀ, ମୋଦୀଙ୍କୁ ଭବ୍ୟ ସ୍ୱାଗତ

    13944
    Aug 30, 2025
  • ଦୈନିକ ପିଅନ୍ତୁ ଏହି ଜୁସ୍‌
    ବିଶେଷ

    ଦୈନିକ ପିଅନ୍ତୁ ଏହି ଜୁସ୍‌

    14648
    Aug 28, 2025
  • ଏହି ସହର ମହିଳାଙ୍କ ପାଇଁ ସୁରକ୍ଷିତ
    ଦେଶ-ଦେଶାନ୍ତର

    ଏହି ସହର ମହିଳାଙ୍କ ପାଇଁ ସୁରକ୍ଷିତ

    14185
    Aug 29, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏହି ସହର ମହିଳାଙ୍କ ପାଇଁ ସୁରକ୍ଷିତ

    14185
    Aug 29, 2025
  • ବିଶେଷ

    ପାର୍ଟନରଙ୍କ ସହ ଏମିତି କଲେ ହୁଏ ସମ୍ପର୍କ ନଷ୍ଟ

    13768
    Aug 30, 2025
  • ଦେଶ-ଦେଶାନ୍ତର

    ଚୀନରେ ପ୍ରଧାନମନ୍ତ୍ରୀ, ମୋଦୀଙ୍କୁ ଭବ୍ୟ ସ୍ୱାଗତ

    13944
    Aug 30, 2025

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16707
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16809
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17158
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15625
    Apr 03, 2021

ବିଶେଷ

  • ପାର୍ଟନରଙ୍କ ସହ ଏମିତି କଲେ ହୁଏ ସମ୍ପର୍କ ନଷ୍ଟ

    13768
    Aug 30, 2025
  • ଦୈନିକ ପିଅନ୍ତୁ ଏହି ଜୁସ୍‌

    14648
    Aug 28, 2025
  • ଧରାପୃଷ୍ଠରେ ବିରାଜିଛନ୍ତି ପ୍ରଭୁ ଶ୍ରୀଗଣେଶ

    16164
    Aug 27, 2025
  • ରୋଷେଇ ଘର କୋଣରେ ତମ୍ବା ପାତ୍ରରେ ରଖନ୍ତୁ ଗଙ୍ଗାଜଳ, ସୁଧୁରିଥାଏ ଆର୍ଥିକ ପରିସ୍ଥିତି

    14326
    Aug 26, 2025
  • ପୃଥିବୀକୁ ପ୍ରଥମେ ଆସିଥିଲା ଏହି ପରିବା

    15416
    Aug 25, 2025

ବାଣିଜ୍ୟ

ଗ୍ରାମବାସୀଙ୍କ ଜୀବନଶୈଳୀରେ ପରିବର୍ତ୍ତନ ଆଣିଲା ଉତ୍କଳ ଆଲୁମିନା ସିଏସଆର

ରାୟଗଡା , 28 /8; ଉତ୍କଳ ଆଲୁମିନା, ହିଣ୍ଡାଲ୍କୋ ଇଣ୍ଡଷ୍ଟ୍ରିଜ ଆଦିତ୍ୟ ବିର୍ଲା ଗୃପର ସହଯୋଗୀ କମ୍ପାନୀ ପକ୍ଷରୁ ସିଏସଆର ଜରିଆରେ ଗ୍ରାମାଞ୍ଚଳରେ ବିଭିନ୍ନ ସାମାଜିକ ଓ ଅର୍ଥନୈତିକ ଭିତ୍ତିଭୂମି ବିକାଶ ମୂଳକ କାର୍ଯ୍ୟ ...

  • ହିଣ୍ଡାଲ୍କୋ ମିନାକ୍ଷୀ କୋଇଲା ଖଣି ପକ୍ଷରୁ ଛାତ୍ରଛାତ୍ରୀଙ୍କ ପାଇଁ ଦନ୍ତ ସଚେତନତା ଶିବିର ଅନୁଷ୍ଠିତ

    15198
    Aug 19, 2025
  • ଭାସମଲ ବିଦ୍ୟା ବାଲାନ୍ଙ୍କ ସହିତ ନୂଆ ହେନ୍ନା କ୍ରିମେ ହେୟାର କଲର ଟିଭିସିର ଶୁଭାରମ୍ଭ କରିଛି

    15681
    Aug 10, 2025
  • ହିମାଳୟ ବେବିକେୟାର ବିଶ୍ୱ ସ୍ତନ୍ୟପାନ ସପ୍ତାହ ନିମନ୍ତେ ଶୁଭାରମ୍ଭ କଲା #ହରକଦମହରମାକେସାଥ୍ ଅଭିଯାନ

    14778
    Aug 06, 2025
  • ଇଫ୍‌କୋ ଚେୟାରମ୍ୟାନ ଶ୍ରୀ ଦିଲୀପ ସଂଘାନିଙ୍କ ଘୋଷଣା; ଇଫ୍‌କୋର ନୂତନ ମ୍ୟାନେଜିଂ ଡାଇରେକ୍ଟର ହେଲେ ଶ୍ରୀ କେ ଜେ ପଟେଲ

    14591
    Aug 01, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପାର୍ଟନରଙ୍କ ସହ ଏମିତି କଲେ ହୁଏ ସମ୍ପର୍କ ନଷ୍ଟ

    13768
    Aug 30, 2025
  • ଫିଲ୍ମ ‘କଲାମ: ଦ ମିସାଇଲ ମ୍ୟାନ୍‌ ଅଫ୍‌ ଇଣ୍ଡିଆ’ରେ ଧନୁଷ

    15456
    Aug 30, 2025
  • ଦୈନିକ ପିଅନ୍ତୁ ଏହି ଜୁସ୍‌

    14648
    Aug 28, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In