Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ ...

  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ...

  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ...

  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ...

  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ ...

  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ...

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା

  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ...

ରାଜ୍ୟ
Home ›› ରାଜ୍ୟ ››ପଞ୍ଚମ ଦିବସରେ ୫ଟି ଜିଲ୍ଲାର ୧୪୮ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ପଞ୍ଚମ ଦିବସରେ ୫ଟି ଜିଲ୍ଲାର ୧୪୮ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

2021-11-21 05:04:35
15274
Share:
Facebook
Twitter
E-Mail
WhatsApp
Telegram
ପଞ୍ଚମ ଦିବସରେ ୫ଟି ଜିଲ୍ଲାର ୧୪୮ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ


ରାଜ୍ୟରେ ସ୍କୁଲ ରୂପାନ୍ତର ପର୍ବ ଜାରି ରହିଛି । ୫-ଟି School Transformation କାର୍ଯ୍ୟକ୍ରମର ପଞ୍ଚମ ଦିବସରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୧୪୮ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ଜଗତସିଂହପୁରର ୧୪ଟି ସ୍କୁଲ, ଦେବଗଡର ୩୨ଟି, ପୁରୀର ୪୮ଟି, ବଲାଙ୍ଗୀରର ୨୪ଟି ଓ କେନ୍ଦ୍ରାପଡାର ୩୦ଟି ସ୍କୁଲ ସାମିଲ ହୋଇଛି।

 

ଆଜି ସୁଦ୍ଧା ୮୩୮ଟି ରୂପାନ୍ତରିତ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି । ସୂଚନାଯୋଗ୍ୟ ଯେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟରେ ଏବେ ରାଜ୍ୟର ୧୦୭୫ଟି ସ୍କୁଲର ଲୋକାର୍ପଣ କାର୍ଯ୍ୟକ୍ରମ ଜାରି ରହିଛି । ଏହି ରୂପାନ୍ତର କାର୍ଯ୍ୟକ୍ରମ ପାଇଁ ସ୍ଥାନୀୟ ଅଞ୍ଚଳର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ତଥା ପିତାମାତା ଏବଂ ଅଭିଭାବକ ମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ ।

 

ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ । ନୂଆ ନୂଆ technology ବିଷୟରେ ଜାଣନ୍ତୁ । ବଡ ବଡ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ challengeକୁ ସାମନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢନ୍ତୁ । ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ ।”

ଜୀବନରେ ସଫଳତା ପାଇଁ ସ୍କୁଲରୁ  ହି ମୂଳଦୁଆ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

 

ମୁଖ୍ୟମନ୍ତ୍ରୀ କହିଲେ,  ଏ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି । ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି । ଆଉ ଗୋଟିଏ ଗୁରୁତ୍ବପୂର୍ଣ୍ଣ କଥା ହେଲା  ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ବପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ତୁମ ମାନଙ୍କ ପାଇଁ ୧୫ ପ୍ରତିଶତ ଆସନ ସଂରକ୍ଷିତ  କରିଛନ୍ତି ।

 

ମୁଖ୍ୟମନ୍ତ୍ରୀ  ଶ୍ରୀ ପଟ୍ଟନାୟକ କହିଥିଲେ ଯେ ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ। ଜାତିର ଭବିଷ୍ୟତ । କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ (There is a saying that Children constitute one-third of our population, but all of our future.)। ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ସମୟ  ବୋଲି ମତଦେଇ ସେ କହିଥିଲେ ଯେ ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ବ।  

 

 

ଓଡିଶାର ଶିକ୍ଷା ବିକାଶ କ୍ଷେତ୍ରରେ ଆଜି ଦିନଟି ସବୁବେଳେ ସ୍ବତନ୍ତ୍ର ହୋଇରହିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ୫-ଟି ନୀତି ଉପରେ ଆଲୋକପାତ କରିଥିଲେ। ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍କୁଲ ରୂପାନ୍ତର ହେଉଛି ଆମର 5-ଟି କାର୍ଯ୍ୟକ୍ରମର ଶ୍ରେଷ୍ଠ ଉଦାହରଣ।   ୫-ଟି ହେଉଛି-- ଟେକ୍ନୋଲେଜି, ଟିମ୍ ୱାର୍କ, ଟାଇମ, ଟ୍ରାନ୍ସପାରେନ୍ସି ଓ ଟ୍ରାନ୍ସଫରମେସନ୍।   ଏହା ହିଁ ରୂପାନ୍ତରକୁ ସମ୍ଭବ କରିପାରିଛି । ଟେକ୍ନୋଲେଜି ଆମକୁ ସ୍ମାର୍ଟ କ୍ଲାସ୍‌ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର ଓ ଆଧୁନିକ ଲାବୋରେଟୋରୀର  ସୁବିଧା ଦେଇଛି । ସେହିପରି ଆମ ସମସ୍ତଙ୍କ ମିଳିତ ଉଦ୍ୟମ ହେଉଛି ଟିମ୍‌ ୱାର୍କ । ତୃତୀୟ ନୀତି ହେଉଛି ଟାଇମ୍‌ ବା ସମୟ ।.  ନଭେମ୍ବର ୧୪ ସୁଦ୍ଧା ୧୦୭୫ଟି ସ୍କୁଲର ରୂପାନ୍ତର କାମ ସାରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି। ଆପଣମାନଙ୍କ ସମସ୍ତଙ୍କ ନିଷ୍ଠା ଓ ପରିଶ୍ରମ ଦ୍ବାରା ଏହା ଆଜି ଠିକ୍‌ ସମୟରେ ଶେଷ ହୋଇପାରିଛି ।

 

ଚତୁର୍ଥ ନୀତି  ହେଉଛି ଟ୍ରାନ୍ସପାରେନ୍ସି ବା ସ୍ବଚ୍ଛତା। ସ୍କୁଲ ମାନଙ୍କରେ ଯାହା କିଛି ପରିବର୍ତ୍ତନ ହୋଇଛି, ତାହା ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରି କରାଯାଇଛି। ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି। ଏସବୁ ଆଣିଛି ରୂପାନ୍ତର, ଯାହାକୁ ଆମେ ସମସ୍ତେ ଦେଖିପାରୁଛୁ ଓ ଅନୁଭବ ମଧ୍ୟ କରିପାରୁଛୁ। ପିଲାମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ମାତୃଭୂମି ଓ ପରିବାର ପରେ ସ୍କୁଲ ହେଉଛି ଆମର ସବୁଠାରୁ ବଡ ପରିଚୟ । ମୋର ପୁରା ବିଶ୍ବାସ, ତୁମେ ମାନେ ଭଲ ପାଠ ପଢି ଭଲ କାମ କରି, ଏ ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ।

 

ଏହି କାର୍ଯ୍ୟକ୍ରମରେ ୫ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା କହିଥିଲେ। ଜଗତସିଂହପୁରର ସୁମିତ୍ରା ସାହୁ, ଦେବଗଡର ପିୟୁଷ ପ୍ରଭା କର, ପୁରୀର ଅପର୍ଣ୍ଣା ପଣ୍ଡା, ବଲାଙ୍ଗୀରର ଆର୍ୟାନ୍‌ ଶତପଥୀ ଓ କେନ୍ଦ୍ରାପଡାର ସୋନମ ପରବିନ ପ୍ରମୁଖ ଛାତ୍ରଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ    ସ୍କୁଲର ସ୍ବଚ୍ଛ ପରିବେଶ ଓ ସ୍ବଚ୍ଛ ଶୌଚାଳୟ ବ୍ୟବସ୍ଥା ପିଲାମାନଙ୍କ ପାଇଁ, ବିଶେଷକରି ଛାତ୍ରୀ ମାନଙ୍କ ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରିଛି ।  ସ୍ମାର୍ଟ ବ୍ୟବସ୍ଥାରେ ପାଠ ବୁଝିବା ସହଜ ହେଉଛି ବୋଲି ସେମାନେ କହିଥିଲେ । ସରକାରୀ ସ୍କୁଲ ପିଲାମାନଙ୍କ ପାଇଁ ଉଚ୍ଚଶିକ୍ଷାରେ ପନ୍ଦର ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା କରିଥିବାରୁ, ସେମାନେ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ।  ସେମାନେ ଭବିଷ୍ୟତରେ କଣ ହେବାକୁ ଚାହାନ୍ତି ବୋଲି ମୁଖ୍ୟମନ୍ତ୍ରୀ ପଚାରିବାରୁ ସେମାନେ ଉତ୍ସାହିତ ହୋଇ ଆଇ.ଏ.ଏସ୍‌, ଆଇ.ପି.ଏସ୍‌ ଅଫିସର, ଡାକ୍ତର ଇଞ୍ଜିନିୟର ହେବେ ବୋଲି  କହିଥିଲେ ।

 

କାର୍ଯ୍ୟକ୍ରମରେ  ଜଗତସିଂହପୁରରେ  ଜଳସଂପଦ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ, ଦେବଗଡରେ ଗ୍ରାମ୍ୟ ଉନ୍ନୟନ ଓ ଶ୍ରମ ମନ୍ତ୍ରୀ ଶ୍ରୀ ସୁଷାନ୍ତ ସିଂହ, ପୁରୀରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ଦାଶ, ବଲାଙ୍ଗୀରରେ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ଟୁକୁନୀ ସାହୁ ଏବଂ କେନ୍ଦ୍ରାପଡାରେ ପଞ୍ଚାୟତିରାଜ ଓ ଆଇନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା ପ୍ରମୁଖ ଯୋଗ ଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରିଥିଲେ। ସ୍କୁଲ ରୂପାନ୍ତର ରାଜ୍ୟର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଏକ ଅଭୁତପୂର୍ବ ଉତ୍ସାହ ସୃଷ୍ଟି କରିଛି  ବୋଲି ସେମାନେ କହିଥିଲେ ।  ଶିକ୍ଷା ଏବେ ବାପା ମାଙ୍କ ଠାରୁ ଆରମ୍ଭ କରି ଗ୍ରାମବାସୀ, ସ୍ଥାନୀୟ ନେତୃବୃନ୍ଦ ସମସ୍ତଙ୍କ ପାଇଁ ଏକ ଚର୍ଚ୍ଚାର ବିଷୟ ହୋଇଛି ବୋଲି ପ୍ରକାଶ କରି ସେମାନେ ଖୁସିବ୍ୟକ୍ତ କରିଥିଲେ ।

 

ଏହି ଅବସରରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଶ୍ରୀ ଅସିତ ତ୍ରିପାଠୀ ନିଜର ସଫଳତାରେ ସ୍କୁଲର ଅବଦାନ ସଂପର୍କରେ ଆଲୋକପାତ କରିଥିଲେ। ଟିଟିଲାଗଡ ହାଇସ୍କୁଲରୁ ପାଠ ପଢିଥିବା ଶ୍ରୀ ତ୍ରିପାଠୀ କହିଲେ ମୁଁ ଗୋଟିଏ ସରକାରୀ ସ୍କୁଲରୁ ପାଠ ପଢି ସ୍ବପ୍ନ ପୂରଣ କରିପାରିଛି ଏବଂ ଜିଲ୍ଲା ଓ ରାଜ୍ୟର ବିକାଶରେ କିଛି କିଛି ଯୋଗଦାନ ରଖିପାରିଛି । ଆଜିର ସରକାରୀ ସ୍କୁଲ ଓ ଆମ ବେଳର ସରକାରୀ ସ୍କୁଲର ସୁବିଧା ମଧ୍ୟରେ ଆକାଶପାତାଳ ତଫାତ ରହିଛି । ତେଣୁ ତୁମେ ମାନେ ନିଶ୍ଟୟ ତୁମର ସ୍ବପ୍ନ ପୂରଣ କରିପାରିବ ବୋଲି ସେ ପିଲାମାନଙ୍କୁ କହିଥିଲେ।

 

       ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ । ଅନେକ ପିଲା ଭବିଷ୍ୟତରେ ଆଇଏଏସ୍‌ ଓ ଆଇପିଏସ ଅଫିସର ହେବାର ଲକ୍ଷ୍ୟ ରଖିଥିବା ବିଷୟ ଶୁଣି ଶ୍ରୀ ପାଣ୍ଡିଆନ  କହିଥିଲେ ଯେ ଅନେକ ପଦସ୍ଥ ଅଧିକାରୀ ସରକାରୀ ସ୍କୁଲରୁ ହିଁ ପାଠ ପଢି ଲକ୍ଷ୍ୟ ପୂରଣ କରିଛନ୍ତି। ମୁଁ ମଧ୍ୟ ସରକାରୀ ସ୍କୁଲରେ ପଢିଛି। ତେଣୁ ଆମ ସରକାରୀ ସ୍କୁଲର ପିଲାମାନେ ମଧ୍ୟ ନିଶ୍ଚୟ ସଫଳ ହେବେ ବୋଲି ସେ ଆଶାବ୍ୟକ୍ତ କରିଥିଲେ। କାର୍ଯ୍ୟକ୍ରମରେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସଂପର୍କରେ ଭିଡିଓ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଥିଲା । କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା
    ରାଜନୀତି

    କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15750
    Jun 23, 2026
  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା
    ଦେଶ-ଦେଶାନ୍ତର

    ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14884
    Jun 22, 2026
  • ୨ ଫାଳ ଉଦ୍ଧବସେନା  : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ
    ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    14026
    Jun 23, 2026
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    13987
    Jun 23, 2026
  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା
    ଦେଶ-ଦେଶାନ୍ତର

    କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା

    13689
    Jun 23, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା
    ବିଶେଷ

    ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    14825
    Jun 24, 2026
  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ
    ଦେଶ-ଦେଶାନ୍ତର

    ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    15061
    Jun 22, 2026
  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ
    ଦେଶ-ଦେଶାନ୍ତର

    ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    15110
    Jun 23, 2026
  • ୫୨ ବର୍ଷରେ ପାଦ ଥାପିଲେ ବିଜୟ
    ଦେଶ-ଦେଶାନ୍ତର

    ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15619
    Jun 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା

    13689
    Jun 23, 2026
  • ଦେଶ-ଦେଶାନ୍ତର

    ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    15061
    Jun 22, 2026
  • ବିଶେଷ

    ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    14825
    Jun 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16941
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17559
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17608
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18005
    Sep 06, 2023

ବିଶେଷ

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    14825
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14997
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14863
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15616
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14478
    Jun 19, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13782
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14872
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15487
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15237
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    14825
    Jun 24, 2026
  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15619
    Jun 22, 2026
  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର କଲେ ସିଧା ଯମରାଜଙ୍କ ପାଖକୁ ଯିବ

    14876
    Jun 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In