ଦିଲ୍ଲୀ ସ୍ଥିତି ସଙ୍ଗୀନ : ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍କୁଲ ଛୁଟି
ଦିଲ୍ଲୀରେ ପ୍ରଦୂଷଣ ମାତ୍ରା ସଙ୍ଗୀନ ସ୍ଥିତିରେ ପହଞ୍ଚିଛି । ଯାହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍କୁଲ ଛୁଟି ଘୋଷଣା କରିଛନ୍ତି। ଏ ସମ୍ପର୍କରେ ଦିଲ୍ଲୀର ଶିକ୍ଷା ବିଭାଗ ଘୋଷଣା କରିଛି। ସ୍କୁଲ ବନ୍ଦ ରହିଥିଲେ ହେଁ ପିଲାମାନେ ଅନଲାଇନରେ ପାଠ ପଢ଼ିପାରିବେ। ଏଥିପାଇଁ ସବୁ ସ୍କୁଲ କର୍ତ୍ତୃପକ୍ଷଙ୍କୁ ବ୍ୟବସ୍ଥା କରିବାକୁ କୁହାଯାଇଛି।
ପୂର୍ବରୁ ଦିଲ୍ଲୀ ସରକାର ୭ ଦିନ ପାଇଁ ସ୍କୁଲ ଓ କଲେଜ ବନ୍ଦ କରିଥିଲେ। କିନ୍ତୁ ପ୍ରଦୂଷଣ ସ୍ଥିତି ଅତ୍ୟନ୍ତ ଗମ୍ଭୀର ଥିବାରୁ ସରକାର ସ୍କୁଲ ଗୁଡ଼ିକୁ ପରବର୍ତ୍ତୀ ନୋଟିସ ଯାଏ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି।
ଅନ୍ୟପକ୍ଷରେ ଦିଲ୍ଲୀର ପ୍ରଦୂଷଣ ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ପରିବେଶ ମନ୍ତ୍ରୀ ଗୋପାଲ ରାୟ ବରିଷ୍ଠ ଅଧିକାରୀଙ୍କ ସହ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି। ଆଉ କ’ଣ କଟକଣା ଲାଗିବ ଓ ସ୍ଥିତିକୁ କେମିତି ନିୟନ୍ତ୍ରଣ କରାଯିବ, ସେ ବିଷୟରେ ବୈଠକରେ ଆଲୋଚନା କରାଯାଉଛି।
Powered by Froala Editor