ଆଜି ରାଜ୍ୟରେ କରୋନାରେ ଜଣେ ମୃତ
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଏହା ସହିତ କରୋନା ମୃତୁ୍ୟ ସଂଖ୍ୟାରେ ମଧ୍ୟ ହ୍ରାସ ପରିଳକ୍ଷିତ ହେଉଛି । ଆଜି ରାଜ୍ୟରେ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୮ହଜାର ୩୯୪କୁ ବୃଦ୍ଧି ପାଇଛି ।
ମୃତକଙ୍କ ମଧ୍ୟରେ ବାଲେଶ୍ୱରରୁ ଜଣେ ରହିଛନ୍ତିି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ରାଜ୍ୟରେ ମୋଟ କରୋନା ସୁସ୍ଥକଙ୍କ ସଂଖ୍ୟା ୧୦ଲକ୍ଷ ୩୫ହଜାର ୫୦୧କୁ ବୃଦ୍ଧି ପାଇଛି । ଏହା ସହିତ ରାଜ୍ୟରେ ସକ୍ରିୟ ମାମଲା ୨୨୨୬ ରହିଛି ।
Powered by Froala Editor