ରାଜ୍ୟରେ ୨୧୯ କୋଭିଡ୍ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ଗ୍ରାଫ୍ । ୨୪ ଘଣ୍ଟାରେ ୨୧୯ ନୂଆରୋଗୀ ଚିହ୍ନଟ ହୋଇଛନ୍ତି ।ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୩୨ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୧୩୧ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୮୮ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୮୨୨୮ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
୨୦ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୯୬ ଜଣ, କଟକ ଓ ମୟୂରଭଞ୍ଜ ଜିଲ୍ଲାରୁ ୧୫ ଜଣ ଲେଖାଁଏ, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୦ ଜଣ ଲେଖାଁଏ, ଯାଜପୁରରୁ ୯ ଜଣ, ଜଗତସିଂହପୁର ଓ ପୁରୀ ଜିଲ୍ଲାରୁ ୫ ଜଣ ଲେଖାଁଏ, ବାଲେଶ୍ବର, ଝାରସୁଗୁଡ଼ା ଓ ନୟାଗଡ଼ ଜିଲ୍ଲାରୁ ୪ ଜଣ ଲେଖାଁଏ, କେନ୍ଦ୍ରାପଡ଼ା ଓ କେନ୍ଦୁଝର ଜିଲ୍ଲାରୁ ୩ ଜଣ ଲେଖାଁଏ, ଭଦ୍ରକ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଁଏ, ଅନୁଗୁଳ, ବୌଦ୍ଧ, ଢ଼େଙ୍କାନାଳ ଓ ମାଲାକାନଗିରି ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୋଲ୍ରୁ ୨୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୮୨୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୮୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୭୩୮୭ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor