ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୨୧୯ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୨ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୦୩ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ଖୋର୍ଦ୍ଧା ଓ ଝାରସୁଗୁଡ଼ା ଜିଲ୍ଲରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୮୨୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୮୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୭୩୮୭ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor