ଆଜି ଦେଶରେ ୮ହଜାର ୩୧୮ କରୋନା ପଜିଟିଭ
ନୂଆଦିଲ୍ଲୀ: ଦେଶରେ ଉପର ତଳ ହେଉଛି କରୋନା ସଂକ୍ରମଣ । ଦିକେ କମିଲେ ଦିନେ ବଢୁଛି । ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୮,୩୧୮ କରୋନା ଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୪୬୫ ମୃତୁ୍ୟ ରେକର୍ଡ କରାଯାଇଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୪୫ଲକ୍ଷ ୬୩ହଜାର ୭୪୯ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ହୋଇଥିବା ୪୬୫ ମୃତୁ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତୁ୍ୟସଂଖ୍ୟା ୪ଲକ୍ଷ ୬୭ହଜାର ୯୩୩ରେ ବୃଦ୍ଧି ପାଇଛି ।
ଗତ ୨୪ ଘଣ୍ଟାରେ କରୋନା ସଂକ୍ରମଣରୁ ସୁସ୍ଥ ୧୦,୯୬୭ଜଣ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩କୋଟି ୩୯ଲକ୍ଷ ୮୮ହଜାର ୭୯୭ ।
ଏହାଛଡା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧ଲକ୍ଷ ୭ହଜାର ୧୯। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୨୧,୦୬,୫୮,୨୬୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୩,୮୨,୪୭,୮୮୯ଟି ନମୁନା ପରୀକ୍ଷା କରାଯାଇଛି ।
Powered by Froala Editor