ରାଜ୍ୟରେ ୧୯୧ କୋଭିଡ୍ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ଗ୍ରାଫ୍ । ୨୪ ଘଣ୍ଟାରେ ୧୯୧ ନୂଆରୋଗୀ ଚିହ୍ନଟ ହୋଇଛନ୍ତି ।ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୩୩ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୧୧୨ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୭୯ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୮୪୯୨ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
୨୧ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୮୭ ଜଣ, କଟକ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୩ ଜଣ ଲେଖାଁଏ, ବାଲେଶ୍ବରରୁ ୧୦ ଜଣ, ସମ୍ବଲପୁରରୁ ୯ ଜଣ, ଯାଜପୁରରୁ ୭ ଜଣ, ଝାରସୁଗୁଡ଼ା, ମୟୂରଭଞ୍ଜ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଁଏ,ସୋନପୁରରୁ ୩ ଜଣ, ଅନୁଗୁଳ, ଭଦ୍ରକ, ବୌଦ୍ଧ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ ଲେଖାଁଏ, ବଲାଙ୍ଗୀର, ଗଞ୍ଜାମ, କେନ୍ଦୁଝର, କୋରାପୁଟ, ନୟାଗଡ଼ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୋଲ୍ରୁ ୨୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୮୬୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୫୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୭୮୬୪ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor