ସ୍ୱାସ୍ଥ୍ୟ ବିଭାଗର ନୂଆ ଗାଇଡଲାଇନ, ଜାଣନ୍ତୁ କ’ଣ
ଭୁବନେଶ୍ୱର: କୋଭିଡ ନୂଆ ଭ୍ୟାରିଆଣ୍ଟଚିହ୍ନଟ ପରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନୂଆ ଗାଇଡଲାଇନ ଜାରି କରାଯାଇଛି । କେନ୍ଦ୍ର ସରକାରଙ୍କ ନିଦେ୍ର୍ଧଶ ପରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ନୂଆ ଗାଇଡଲାଇନ ଜାରି କରାଯାଇଛି ।
ତଦନୁଯାୟୀ ବିଦେଶୀ ଯାତ୍ରୀଙ୍କୁ ସର୍ଭେଲାନ୍ସ ସହ ବାଧ୍ୟତାମୂଳକ କ୍ୱାରେଣ୍ଟାଇନ ବ୍ୟବସ୍ଥା କରାଯିବ । ଦେଶ ବାହାରୁ ଆସିଲେ ଟେଷ୍ଟିଂ ସହ ଜେନମ ସିକୁ୍ୟଏନସିଂ କରାଯିବ । ଜୋରଦାର ହେବ କମୁ୍ୟନିଟି ସର୍ଭେଲାନ୍ସ । ଲୋକଙ୍କୁ ସଚେତନ ମଧ୍ୟ କରାଯିବ । ବିଦେଶୀ ଯାତ୍ରୀଙ୍କ ପାଇଁ ଅନ୍ତର୍ଜାତୀୟ ସଙ୍ଗରୋଧ କଣ୍ଟ୍ରୋଲ ବ୍ୟବସ୍ଥା କରାଯିବ । ଏଥିସହ ସମସ୍ତଙ୍କୁ ଟିକା ନେବାକୁ ସ୍ୱାସ୍ଥ୍ୟ ନିଦେ୍ର୍ଧଶକ ବିଜୟ ମହାପାତ୍ର ପରାମର୍ଶ ଦେଇଛନ୍ତି ।
ଅନ୍ୟପକ୍ଷରେ କରୋନାର ନୂଆ ଭ୍ୟାରିଆଣ୍ଟର ମୁକାବିଲା ପାଇଁ ମାର୍ଗଦର୍ଶିକା ଜାରି କରିଛନ୍ତି ରାଜ୍ୟ ସରକାର । ସ୍କୁଲ, କଲେଜରେ ସଂକ୍ରମଣ ଚେନ୍କୁ ରୋକିବା ପାଇଁ ସ୍ୱତନ୍ତ୍ର କ୍ୱାରେଣ୍ଟାଇନ୍ ସେଣ୍ଟର ଖୋଲାଯିବା ସହ ଟେଷ୍ଟିଂ, ଟ୍ରାକିଂ, ଟ୍ରିଟମେଣ୍ଟକୁ ଫୋକସ କରାଯାଇଛି । ବିଦେଶ ଫେରନ୍ତା ଉପରେ କଡ଼ା ନଜର ରଖିବାକୁ ଅଣ୍ଟା ଭିଡ଼ିଛି ସ୍ୱାସ୍ଥ୍ୟ ବିଭାଗ ।
ବିମାନ ବନ୍ଦରରେ କରୋନା ଟେଷ୍ଟ କରାଯିବ । ଯେଉଁମାନେ ସଂକ୍ରମିତ ଚିହ୍ନଟ ହେବେ, ସେମାନଙ୍କୁ ୧୦ଦିନ ସଂଗରୋଧରେ ରଖିବାକୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ବିଦେଶ ଫେରନ୍ତାଙ୍କ ଉପରେ କଡ଼ା ନଜର ରଖିବାକୁ ଜିଲ୍ଲାପାଳ, ସିଡ଼ିଏମଓ ଓ ମହାନଗର ନିଗମକୁ ଚିଠି ଲେଖିଛି ସ୍ୱାସ୍ଥ୍ୟ ବିଭାଗ । ଯେଉଁସବୁ ଅଞ୍ଚଳରେ ଅଧିକ ସଂକ୍ରମିତ ଚିହ୍ନଟ ହେବେ ସେହି ଅଞ୍ଚଳକୁ ସିଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟବାସୀ କୋଭିଡ଼ ନିୟମ ମାନି ସତର୍କ ରହିଲେ ତୃତୀୟ ଲହରକୁ ଏଡ଼ାଇ ହେବ ବୋଲି କହିଛି ସ୍ୱାସ୍ଥ୍ୟ ବିଭାଗ ।
Powered by Froala Editor