ରାଜ୍ୟରେ ୧୯୭ କୋଭିଡ୍ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୧୯୭ ନୂଆରୋଗୀ ଚିହ୍ନଟ ହୋଇଛନ୍ତି ।ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୨୫ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୧୧୫ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୮୨ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୮୮୮୦ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
୧୯ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୯୪ ଜଣ, ସମ୍ବଲପୁରରୁ ୧୬ ଜଣ, ସୁନ୍ଦରଗଡ଼ରୁ ୧୨ ଜଣ, ମୟୂରଭଞ୍ଜରୁ ୯ ଜର, ଯାଜପୁରରୁ ୮ ଜଣ, କଟକରୁ ୬ ଜଣ, ଝାରସୁଗୁଡ଼ାରୁ ୫ ଜଣ, ଢ଼େଙ୍କାନାଳରୁ ୪ ଜଣ, ଭଦ୍ରକ, ଦେବଗଡ଼ ଓ ନୟାଗଡ଼ ଜିଲ୍ଲାରୁ ୩ ଜଣ ଲେଖାଁଏ, ବାଲେଶ୍ବର, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ନବରଙ୍ଗପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, ବରଗଡ଼,ଗଞ୍ଜାମ, କେନ୍ଦୁଝର ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୋଲ୍ରୁ ୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୮୮୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୩୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୮୦୮୫ ଜଣ ସୁସ୍ଥ ହୋଇଛନ୍ତି ।
Powered by Froala Editor